ନରସିଂହପୁର (ଓଡ଼ିଶା ରିପୋର୍ଟର): ଦୁର୍ଗମ ନୁହେଁ, ଉପକୂଳରୁ ଆସିଛି ବିକଳ ଚିତ୍ର! ଗାଁକୁ ଯିବା ପାଇଁ ରାସ୍ତା ଭଲ ନାହିଁ। ତେଣୁ ଗୁରୁତର ରୋଗୀଙ୍କୁ ଷ୍ଟ୍ରେଚରରେ ବୁହାଯାଇଛି। ଏପରି ଚିତ୍ର ଆସିଛି କଟକ ଜିଲ୍ଲା ନରସିଂହପୁର ବ୍ଲକ ଅଞ୍ଚଳରୁ।
ନରସିଂହପୁର ବ୍ଲକ୍ ଦେବଭୁଇଁ ପଞ୍ଚାୟତ ବ୍ରାହ୍ମଣୀ ଗାଁର ସରୋଜିନୀ ହେମ୍ୱ୍ରମ ଆଜି ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କ ମେଡ଼ିକାଲ୍ ନେବା ପାଇଁ ପରିବାର ଲୋକେ ଆମ୍ବୁଲାନ୍ସକୁ ଫୋନ୍ କରିଥିଲେ। ଫୋନ୍ କଲ ପାଇବା ପରେ ନିର୍ଦ୍ଧାରିତ ସମୟରେ ଗାଁ ଅଭିମୁଖେ ବାହାରିଥିଲା ଆମ୍ୱୁଲାନ୍ସ। ହେଲେ ବ୍ରାହ୍ମଣୀ ଗାଁକୁ ଯାଇପାରିନଥିଲା। ଗାଁଠାରୁ ୧ କିମି ଦୂରରେ ଅଟକିଥିଲା।
ରାସ୍ତା ଖରାପ ଥିବାରୁ ଆମ୍ୱୁଲାନ୍ସ ଗାଁକୁ ଯାଇପାରିନଥିଲା। ପରେ ଆମ୍ବୁଲାନ୍ସ ଡ୍ରାଇଭର ବିକାଶ ଚନ୍ଦ୍ର ଭୋଳ, ଫାର୍ମାସିଷ୍ଟ ସୁଜିତ ପ୍ରଧାନ ଓ ତାଙ୍କ ସହାୟକ ଅଚ୍ୟୁତାନନ୍ଦ ପାତ୍ର ଷ୍ଟ୍ରେଚର ଧରି ବ୍ରାହ୍ମଣୀ ଗାଁକୁ ଯାଇଥିଲେ। ରୋଗୀଙ୍କୁ ଷ୍ଟ୍ରେଚରରେ ଆମ୍ୱୁଲାନ୍ସ ପର୍ଯ୍ୟନ୍ତ ବୋହି ଆଣିଥିଲେ। ତା’ପରେ ତାଙ୍କୁ ନେଇ ହିନ୍ଦୋଳ ମେଡିକାଲରେ ଭର୍ତ୍ତି କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।