ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲାରେ ଆଜିଠୁ ଆରମ୍ଭ ହେଲା ସେରୋ ସର୍ଭେ । RMRCର ଏକ ଟିମ୍ ମାଲକାନଗିରିରେ ସେରୋ ସର୍ଭେ ଆରମ୍ଭ କରିଛନ୍ତି । ଆସନ୍ତା ତିନିଦିନ ଯାଏ ଏହି ସେରୋ ସର୍ଭେ କରାଯିବ।
ଜିଲ୍ଲାରେ କେତେ ପ୍ରତିଶତ ଲୋକଙ୍କର କରୋନାକୁ ନେଇ ରୋଗ ପ୍ରତିରୋଧକ ଶକ୍ତି ବଢିଛି ଅର୍ଥାତ କେତେ ଲୋକଙ୍କ ଆଣ୍ଟିବଡି ଡେଭଲପ ହୋଇଛି ତାହା ଚେକ୍ କରାଯିବ । ଏଥିପାଇଁ ଏକ ତାଲିକା ପ୍ରସ୍ତୁତ ହୋଇଛି ।
ଏହି ସର୍ଭେ ବର୍ତ୍ତମାନ କେବଳ ମାଲକାନଗିରିର ସଦର ମହକୁମାରେ କରାଯିବ, ପରେ ଗ୍ରାମାଞ୍ଚଳରେ କରାଯିବ । ପ୍ରଥମ ପର୍ଯ୍ୟାୟରେ ୧୫ଶହ ଲୋକଙ୍କ ଉପରେ ଏହି ଟେଷ୍ଟ କରାଯିବ । ଏଥିପାଇଁ ୫ ଟିମ୍ ଗଠନ କରାଯାଇଛି । ପ୍ରତ୍ୟେକ ଦିନ ୫ଶହ ରକ୍ତ ନମୁନା ସଂଗ୍ରହ କରାଯିବ ବୋଲି ସୂଚନା ଦେଇଛନ୍ତି ଜିଲ୍ଲାପାଳ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଲୋକସେବା ଭବନରେ କଟକଣା: କେବଳ ମନ୍ତ୍ରୀ-ସଚିବଙ୍କ କାରକୁ ମିଳିବ ପାର୍କିଂ ଅନୁମତି
ପୁଲିସ ଡିଜି ସମ୍ମିଳନୀ ପାଇଁ ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି ହେବ। ପାର୍କିଂ ପାଇଁ ଆବଶ୍ୟକ ଗାଇଡଲାଇନ୍ ଜାରି କଲେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆର୍.କେ ଶର୍ମା।
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।
Miscellaneous
ଜାନୁଆରୀ ୫ରୁ ଆଦିବାସୀ ମେଳା, ପ୍ରବାସୀ ବି ଦେଖିବେ ଓଡ଼ିଶାର ଆଦିବାସୀ ସଂସ୍କୃତି
ଚଳିତଥର ମେଳାକୁ ପ୍ରବାସୀ ଭାରତୀୟମାନେ ଆସିବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ସ୍ୱତନ୍ତ୍ର ବ୍ୟବସ୍ଥା କରୁଛନ୍ତି। ଆଦିବାସୀଙ୍କ କଳା, ସଂସ୍କୃତି, ପରମ୍ପରା ଓ ହସ୍ତତନ୍ତ ଆଦିର ବ୍ୟାପକ ପ୍ରଚାରପ୍ରସାର ପାଇଁ ଲକ୍ଷ୍ୟ ରଖିଛନ୍ତି ସରକାର।