ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣର ମାତ୍ରା ପରଖିବାକୁ ରାଜ୍ୟ ସରକାର ୯ଟି ଜିଲ୍ଲାରେ ସେରୋଲଜିକାଲ ସର୍ଭେ ଆରମ୍ଭ କରିଛନ୍ତି। ପୁରୀ, ଭୁବନେଶ୍ୱର(ବିଏମସି), କଟକ ଓ ପୁରୀ ଜିଲ୍ଲା ସମେତ ୯ଟି ଜିଲ୍ଲାରେ ଏହି ସର୍ଭେ ଆରମ୍ଭ ହୋଇଛି। ସ୍ୱାସ୍ଥ୍ୟ ସେବାରେ ନିଯୁକ୍ତ ବ୍ୟକ୍ତିଙ୍କୁ ସେରୋଲଜିକାଲ ସର୍ଭେରେ ପରିସରଭୁକ୍ତ କରାଯାଇଛି ।
ଏହାସହ ପୌର, ପରିବହନ, ପୁଲିସ୍ କର୍ମଚାରୀଙ୍କର ମଧ୍ୟ ସେରୋଲଜିକାଲ ସର୍ଭେ ହେବ । କମ୍ୟୁନିଟିରୁ ମଧ୍ୟ ଲୋକଙ୍କୁ ବାଛି ସେରୋଲଜିକାଲ ସର୍ଭେ କରାଯିବ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଗତକାଲି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ପରେ କଟକ ସିଡିଏ ସେକ୍ଟର ୯ର କିଛି ଅଂଶକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି କଟକ ମହାନଗର ନିଗମ। ସେହିପରି କଟକ ଜିଲ୍ଲା ବଡ଼ମ୍ବାରୁ ୨ଜଣ କରୋନା ପଜିଟିଭ ଚିହ୍ନଟ ପରେ ବଡ଼ମ୍ବା ଟାଉନକୁ ୭୨ ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛି ପ୍ରଶାସନ । ଗତକାଲି ଗୋଟିଏ ଦିନରେ ରାଜ୍ୟରେ କରୋନା ନେଇଥିଲା ୩ ଜୀବନ । ସେହିପରି ରାଜ୍ୟରେ ୨୩ ଜିଲ୍ଲାରୁ ୨୬୪ ନୂଆ ପଜିଟିଭ ଚିହ୍ନଟ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।