ବାଲେଶ୍ୱର: ବିଲ୍ କାମ ପାଇଁ ମଜୁରିଆ ଭାବେ ଆସି କାମ କରୁଥିବା ଜଣେ ବ୍ୟକ୍ତିର କୋଦାଳ ଚୋଟରେ ବାଲେଶ୍ୱର ଜିଲ୍ଲା ରାଇବଣିଆ ଥାନା ଖମାର ଗାଁର ସୁଶୀଲ କୁମାରଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଅଭିଯୁକ୍ତ ରଘୁବୀରକୁ ଅଟକ ରଖି ପଚରାଉଚରା କରୁଛି।
ଅଭିଯୋଗ ଅନୁସାରେ, ୧୦ ଦିନ ପୂର୍ବେ ସୁଶୀଲ ରଘୁବୀରକୁ ବିଲ୍ କାମ ପାଇଁ ଘରକୁ ଆଣିଥିଲେ। ଗତକାଲି ଖରାବେଳେ ସୁଶୀଲ ଶୋଇଥିବା ସମୟରେ ରଘୁବୀର ଏକ କୋଦାଳରେ ତାଙ୍କୁ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଜଳେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ବାଲେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ହେଲେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା।
ଖବର ପାଇଁ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ହତ୍ୟାର କାରଣ ସ୍ପଷ୍ଟ ହୋଇନାହିଁ। ମାତ୍ର ୧୦ ଦିନ ହେବ ଆସି କାମରେ ରହିଥିବା ରଘୁବୀର ଏପରି କାଣ୍ଡ କାହିଁକି ରଚିଲା ଜାଣିବାକୁ ପୋଲିସ୍ ତାଙ୍କୁ ପଚରାଉଚରା କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦଲାଲଙ୍କ ଜରିଆରେ ଘୂରି ବୁଲୁଛି ବହୁ ବାଂଲାଦେଶୀ ଯୁବତୀଙ୍କ ଫଟୋ
କିଏ ଚାକିରି ଲୋଭ ତ ଆଉ କିଏ ଦଲାଲଙ୍କ ଜାଲରେ ପଡ଼ି ବେଆଇନ୍ ଭାବେ ସୀମା ପାର ହୋଇ ଆସିବା ପରେ ଏଠି ପାଲଟି ଯାଉଛନ୍ତି ବୃତ୍ତିଗତ ଦେହଜୀବୀ!
Crime
ଶ୍ୱଶୁର ଘର ଆଗରେ ଯୌତୁକ ସାମଗ୍ରୀ ପୋଡ଼ିଦେଲେ ଜ୍ୱାଇଁ
ଯୌତୁକରେ ଆପାଚି ଗାଡ଼ି ଓ ନଗଦ ଟଙ୍କା ଦାବି କରିଥିଲେ ବିଜୟ। ହେଲେ ଏଥିରେ ମମତା ରାଜି ନହେବାରୁ ଆରମ୍ଭ ହୋଇଥିଲା ନାନା ନିର୍ଯାତନ। ଅଭିଯୋଗ ଅନୁସାରେ ମମତାଙ୍କୁ ତାଙ୍କ ସ୍ୱାମୀ ବିଜୟ ଓ ଶାଶୁ ମାଡ଼ ମାରୁଥିଲେ। ଯୌତୁକ ଆଣିବା ପାଇଁ ବାଧ୍ୟ କରୁଥିଲେ।
Crime
ତୁଚ୍ଛ ହେଲା ରକ୍ତ ସମ୍ପର୍କ; ବଡ଼ ଭାଇର ଜୀବନ ନେଲା ସାନ ଭାଇ
ରବିବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସୁନିଲ ଓ ସୁଶିଲଙ୍କ ମଧ୍ୟରେ ବଚସା ହୋଇଥିଲା ।
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।