ଭୁବନେଶ୍ୱର,(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ ପ୍ରସ୍ତାବକୁ ସେବାୟତମାନେ ବିରୋଧ କରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଏ ସମ୍ପର୍କରେ ଦାବି ଜଣାଇଛନ୍ତି ଛତିଶା ନିଯୋଗର ବିଭିନ୍ନ ପ୍ରତିନିଧି। ଆଜି ଛତିଶା ନିଯୋଗର ୨୨ ଜଣ ପ୍ରତିନିଧି ଏ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ପରେ ସେବାୟତଙ୍କ ପକ୍ଷରୁ ୪/୫ଟି ଦାବି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇ ଦିଆଯାଇଥିବା ସିଂହାରୀ ନିଯୋଗ ସଭାପତି ରାମଚନ୍ଦ୍ର ସିଂହାରୀ କହିଛନ୍ତି ।
ସେହିଭଳି ବଂଶାନୁକ୍ରମ ସେବାୟତ ଉଚ୍ଛେଦ ପ୍ରସ୍ତାବ ଓ ଶୃଙ୍ଖଳିତ ସେବା ନେଇ ମଧ୍ୟ ଆଲୋଚନା ହୋଇଛି । ଶ୍ରୀମନ୍ଦିର ସଂସ୍କାର ପ୍ରସଙ୍ଗରେ ଆଜି ଛତିଶା ନିଯୋଗର ୨୨ ଜଣ ସେବାୟତ ନବୀନ ନିବାସ ଆସି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ଆଲୋଚନାରେ ପୁରୀ ସାଂସଦ ପିନାକୀ ମିଶ୍ର ଓ ରାଜସ୍ୱ ମନ୍ତ୍ରୀ ତଥା ପୁରୀ ବିଧାୟକ ମହେଶ୍ୱର ମହାନ୍ତି ସାମିଲ ଥିବା ବେଳେ ସେବାୟତଙ୍କ ପକ୍ଷରୁ ସାଂସଦ ପିନାକୀ ମିଶ୍ର ଯୁକ୍ତି ରଖିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବ୍ୟାନ୍ ପରେ ବି ଉଡ଼ୁଛି ଚାଇନିଜ ମାଞ୍ଜା ସୁତା ଗୁଡ଼ି, ସାଜିପାରେ ଘାତକ
ସରକାର ବ୍ୟାନ୍ କରି ସାରିଥିବା ବେଳେ କଟକ ସହରରେ କିନ୍ତୁ ଖୁଲମଖୁଲା ଜମୁଛି ବେପାର। ସବୁବେଳେ ଜନଗହଳିପୂର୍ଣ୍ଣ ରହୁଥିବା କଟକ ସହରରେ ଚାଇନିଜ ମାଞ୍ଜା ସୁତା ଲଗା ଗୁଡ଼ି ଉଡ଼ୁଛି। ଏ
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।
Crime
ହଷ୍ଟେଲରେ ଥିଲେ ଛାତ୍ରୀ, ମିଳିଲା ଝୁଲନ୍ତା ମୃତଦେହ
ଗତକାଲି ରାତିରେ କେହି ନ ଥିବା ବେଳେ ଉତ୍କଳିକା ନିଜ ରୁମ୍ରେ ଥିବା ଫ୍ୟାନ୍ରେ ବେକରେ ଓଢଣୀ ଲଗାଇ ଝୁଲି ପଡ଼ିଥିଲେ।
Miscellaneous
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ଆଜି ‘ଆୟୁଷ୍ମାନ୍’ MOU
ରାଜ୍ୟରେ ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ। ଏଥିପାଇଁ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଇ ମହାଲିଙ୍ଗ।