ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସ୍ମାର୍ଟ ହେଉଛି ରାଜଧାନୀ ଭୁବନେଶ୍ୱର। ସ୍ପା ନାଁରେ ଚାଲୁଛି ଦେହ ବେପାର। ଆଜି ଏମିତି ଏକ ଘଟଣାର ପର୍ଦ୍ଦାଫାସ କରିଛି କମିଶନରେଟ୍ ପୁଲିସ। ଖାରବେଳ ନଗର ଅଞ୍ଚଳର ଏକ ସ୍ପାରେ ଦେହ ବେପାର ଚାଲିଥିବା ବେଳେ ପୁଲିସ ଜାଣିପାରି ଚଢ଼ଉ କରି ୩ ଦେହଜୀବୀଙ୍କୁ ଉଦ୍ଧାର କରିବା ସହିତ ୫ ଜଣ ଗ୍ରାହକଙ୍କୁ ଗିରଫ କରିଛି। ସେମାନେ ହେଲେ ବିଜୟ କୁମାର ଠାକୁର (୩୧), ସୁମିତ୍ କୁମାର ପ୍ରଧାନ (୨୯), ଜଗବନ୍ଧୁ ନାୟକ (୨୪), ଗୌତମ ଗୋଚ୍ଛାୟତ(୨୦) ଓ ସନ୍ଦୀପ ଏକ୍କା(୨୪)। ଏହାଛଡ଼ା ସ୍ପାରୁ ବହୁ ଆପତ୍ତିଜନକ ସାମଗ୍ରୀ ମଧ୍ୟ ପୁଲିସ ଜବତ କରିଛି। ମାତ୍ର କେତେଦିନ ଧରି ଏଠାରେ ସେକ୍ସ କାରବାର ଚାଲିଥିଲା ତାହା ଜଣାପଡ଼ି ନାହିଁ। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
କୁଇକ୍ ଆକ୍ସନ୍ ଟିମ୍ ଓ ଖାରବେଳ ନଗର ଥାନା ପୁଲିସର ମିଳିତ ଉଦ୍ୟମରେ ଏହି ଚଢ଼ଉ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।