ସାଲେପୁର(ମନୋଜ ଆଚାର୍ଯ୍ୟ): କଟକ ଜିଲ୍ଲାର ସାଲେପୁର ଲୁଣାହାର ଗାଁରେ ପୁଣି ଅଜଣା ଜନ୍ତୁ ଆକ୍ରମଣରେ ୫ ମେଣ୍ଢାଙ୍କ ମୃତ୍ୟୁ ଘଟିଛି। ଗତକାଲି ରାତିରେ ରବୀନ୍ଦ୍ର ବେହେରା ନାମକ ଜଣେ ଚାଷୀଙ୍କ ଗୁହାଳରେ ପଶି ଅଜଣା ଜନ୍ତୁ ଏହି ମେଣ୍ଢା ଗୁଡ଼ିକୁ ମାରି ଦେଇଥିବା ଆଶଙ୍କା କରାଯାଉଛି। ଏପରିକି ଅଜଣା ଜନ୍ତୁର ପାଦ ଚିହ୍ନ ମଧ୍ୟ ପଡିଥିବା ଦେଖିବାକୁ ମିଳିଛି। ସାଲେପୁର ଅଞ୍ଚଳରେ ଏଭଳି ମେଣ୍ଢା ମଡ଼କ ପ୍ରଥମ ହୋଇଥିବାରୁ ଲୋକଙ୍କ ଭିତରେ ଭୟ ସୃଷ୍ଟି ହୋଇଛି। ସ୍ଥାନୀୟ ପ୍ରଶାସନକୁ ଏ ସମ୍ପର୍କରେ ଅବଗତ କରାଯାଇଛି।
ଗତବର୍ଷ ନିଆଳି ସାଙ୍ଗକୁ ରାଜ୍ୟର ଅନ୍ୟ ସ୍ଥାନରେ ଅଜଣାଜନ୍ତୁ ଆକ୍ରମଣରେ ପ୍ରାୟ ୩ଶହରୁ ଅଧିକ ମେଣ୍ଢାଙ୍କ ମୃତ୍ୟୁ ଘଟିଥିଲା।
ନିଆଳି ବ୍ୟତୀତ ଚଳିତ ବର୍ଷ କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଅଜଣାଜନ୍ତୁ ଆକ୍ରମଣରେ ମେଣ୍ଢା ମୃତ୍ୟୁ ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।