ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ ମହାଶିବରାତ୍ରି । ଏଥିପାଇଁ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ପକ୍ଷରୁ ବିଭିନ୍ନ ନୀତିକାନ୍ତି ନେଇ କାର୍ଯ୍ୟ ନିର୍ଘଣ୍ଟ ହୋଇଛି । ଚଳିତ ବର୍ଷ ଶିବରାତ୍ରୀ ଦିନ ରାତି ୧୦ ଟାରେ ମହାଦୀପ ଉଠିବାକୁ ନିଷ୍ପତ୍ତି ନିଆଯାଇଛି। ଭୋର ୩ ଟାରୁ ମହାପ୍ରଭୁଙ୍କ ମଙ୍ଗଳ ଆଳତି ଓ ଅବକାଶ ପରେ ଶ୍ରଦ୍ଧାଳୁମାନେ ସାଢେ ୩ ଟାରୁ ସାହାଣମେଲା ଦର୍ଶନ କରିପାରିବେ ବୋଲି ନୀତି ନିର୍ଘଣ୍ଟ ହୋଇଛି ।
ମହାପ୍ରଭୁଙ୍କ ଏହି ନୀତିକାନ୍ତି ଠିକ ସମୟରେ ଓ ସୁଚାରୂ ରୂପେ କରିବା ପାଇଁ ବିଭିନ୍ନ ନିଯୋଗ ସହିତ ଆଲୋଚନା କରିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ । ଏହାସହିତ ମନ୍ଦିର ଭିତର ଥିବା କାର୍ଯ୍ୟ ଶୀଘ୍ର ସାରିବା ପାଇଁ ଏଏସଆଇଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
ସେହିଭଳି ମନ୍ଦିର ଭିତରେ ଓ ବାହାରେ ଆଲୋକସଜ୍ଜା,ବ୍ୟାରିକେଡ,ପାନୀୟଜଳ ସୁବିଧା,ପରିମଳ ବ୍ୟବସ୍ଥା,ଟ୍ରାଫିକ ମ୍ୟାନେଜମେଣ୍ଟ ,ସୂଚନା କେନ୍ଦ୍ର ସ୍ଥାପନ ନିର୍ଦ୍ଦିଷ୍ଟ ସମୟସୀମା ଭିତରେ ସାରିବା ପାଇଁ ବିଭିନ୍ନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୧୫ ତାରିଖରେ ଏହି ସବୁ କାର୍ଯ୍ୟ ଅଗ୍ରଗତି ନେଇ ପୁଣି ଥରେ ସମୀକ୍ଷା ବୈଠକ ହେବ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।
Miscellaneous
୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଅଯୋଧ୍ୟାକୁ ଗଡ଼ିବ ବସ୍
OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍ ଗୁଡ଼ିକ ଯିବ।