ବଣାଇ(ରଣଜିତ୍ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଠାରେ ଥିବା ଏକ ଇଲେକ୍ଟ୍ରୋନିକ୍ସ ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ଯୋଗୁ ଦୋକାନରେ ଥିବା ଏସି, ଫ୍ରିଜ୍, ଟିଭି ଓ ୱାସିଂ ମେସିନ୍ ଭଳି ଅନେକ ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଛି।
ଗତକାଲି ବିଳମ୍ୱିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଦୋକାନରେ ନିଆଁ ଲାଗିଥିବା ଦେଖି କିଛି ଲୋକେ ଦୋକାନ ମାଲିକ ଓ ଦମକଳ ବାହିନୀକୁ ଖବର ଦେଇଥିଲେ। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପ୍ରାୟ ୫ ଘଣ୍ଟା ପରିଶ୍ରମ କରିବା ପରେ ନିଆଁକୁ ଆୟତ୍ତ କରିଥିଲେ। ତେବେ କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା, ତାହା ଅସ୍ପଷ୍ଟ ରହିଛି। ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।