ଭଦ୍ରକ (ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ଧାମନଗରରେ ଏକ ଶାଢ଼ି ଦୋକାନର ମାଲିକ ଓ ତାଙ୍କ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି।
ସେମାନେ ହେଲେ ନରେନ୍ଦ୍ର ସାହୁ (୪୮) ଓ ତାଙ୍କ ସ୍ତ୍ରୀ ସୁମତି ସାହୁ (୪୩)। ଗୁରୁତର ଅବସ୍ଥାରେ ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଗତକାଲି ରାତି ୯ଟା ରୁ୧୦ଟା ଭିତରେ ଏହି ଘଟଣା ଘଟିଥିଲା। ଦୁଇ ଜଣ ଯୁବକ ‘ଶୁଭଲଷ୍ମୀ ପରିଧାନ’ ନାମକ ଏହି ଦୋକାନକୁ ଶାଢ଼ି କିଣିବାକୁ ଆସିଥିଲେ। ତେବେ ଶାଢ଼ି କିଣିବା ଆଳରେ ସେମାନେ ନରେନ୍ଦ୍ର ଓ ତାଙ୍କ ସ୍ତ୍ରୀଙ୍କ ଉପରେ ଆକ୍ରମଣ କରିଥିଲେ।
ତେବେ କେଉଁ କାରଣରୁ ସେମାନେ ଆକ୍ରମଣ କରିଥିଲେ, ତାହା ଜଣାପଡ଼ିନାହିଁ। ପୂର୍ବ ଶତ୍ରୁତା ନା ଆଉ କିଛି, ତାହା ସ୍ପଷ୍ଟ ହୋଇନି। ଧାମନଗର ପୁଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।