ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ଗଁନ୍ଦିଆ ଥାନା ଅନ୍ତର୍ଗତ ବାଇଁଶିଆ ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ମନେଇ ସାହୁ।
ଆଜି ସକାଳେ ମନେଇ ତାଙ୍କ ପାନ ଦୋକାନରେ ବସିଥିଲେ। ଏହି ସମୟରେ ଏକ ବାଲି ବୋଝେଇ ହାଇୱା ବାଲି ପକାଉଥିଲା। ହେଲେ ହାଇୱା ଚକ ଦବିଯିବାରୁ ଏହା ଭାରସାମ୍ୟ ହରାଇ ପାଖରେ ଥିବା ଦୋକାନ ଉପକୁ ମାଡ଼ି ଯାଇଥିଲା। ଫଳରେ ଦୋକାନରେ ବସିଥିବା ମନେଇ ଟ୍ରକ୍ ତଳେ ଚାପି ହୋଇ ମୃତ୍ୟୁବରଣ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଚାଷୀଙ୍କୁ ସରକାରଙ୍କ ପରାମର୍ଶ: ବୀମା ସହାୟତା ପାଇଁ ହେଲପଲାଇନକୁ ଜଣାଅ
ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି ଯେ, ସମସ୍ତ ବୀମାଭୁକ୍ତ ଚାଷୀଙ୍କୁ ଉଚିତ୍ କ୍ଷତିପୂରଣ ଦେବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ନିୟମ ଅନୁସାରେ ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତି ପାଇଁ ମଧ୍ୟ ବୀମା ସହାୟତା ପ୍ରଦାନ କରାଯିବ ।
Politics
ଏଣିକି ମନ୍ତ୍ରୀ ବୁଝିବେ ଜିଲ୍ଲା କଥା: ମୁଖ୍ୟମନ୍ତ୍ରୀ ବାଂଟିଲେ ‘ଜିଲ୍ଲା ପ୍ରଭାରୀ ମନ୍ତ୍ରୀ’ ଦାୟିତ୍ୱ
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଥିବାବେଳେ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ମିଳିଛି ।
Politics
ମୁରବୀବିହୀନ ବିଜେଡି: ଶଙ୍ଖଭବନରେ ୨ ମହିଳା ପଦାଧିକାରୀ ଧସ୍ତାଧସ୍ତି,ମାରପିଟ୍
ଆଜିର ଏହି ଘଟଣାରୁ ଦଳ ଭିତରେ ନେତା ଓ ପଦାଧିକାରୀଙ୍କ ଉପରେ ନବୀନ ନିଜର ଲଗାମ ଓ ନିୟନ୍ତ୍ରଣ ହରାଇ ବସିଥିବାର ପ୍ରମାଣ ମିଳିଛି ।
Politics
ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ିଲେ ୨ ବ୍ଲକ୍ ଅଧ୍ୟକ୍ଷ, ବିଜେପିରେ ମିଶିଲେ
ବୁଗୁଡ଼ା ବ୍ଲକ ଉପାଧ୍ୟକ୍ଷ ଏବଂ କୁଲାଡ଼, ବାରୁଡ଼ା, ବଡ଼ କୋଦଣ୍ଡା ଆଦି ପଞ୍ଚାୟତର ସମିତିସଭ୍ୟ ଓ ସଭ୍ୟା ବିଜେପିରେ ସାମିଲ ହୋଇଛନ୍ତି।