ଭୁବନେଶ୍ୱର: ଚିଟଫଣ୍ଡ କମ୍ପାନୀ ଶ୍ରୀଭୂମି କନଷ୍ଟ୍ରକସନର ନିର୍ଦ୍ଦେଶକ ଶୁଭ୍ରାଂଶୁ ସିଂ ଗିରଫ ହୋଇଛନ୍ତି। ଭୁବନେଶ୍ୱରରୁ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା ତାଙ୍କୁ ଗିରଫ କରିଛି। ସଂସ୍ଥା ବିରୋଧରେ ପ୍ରାୟ ୫୦ କୋଟି ଟଙ୍କ।ର ଠକେଇ ଅଭିଯୋଗ ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଜମାକାରୀଙ୍କୁ ଅଧିକ ସୁଧ ପ୍ରଦାନ ସହ ଲୋଭନୀୟ ସ୍କିମ ଜରିଆରେ ଅର୍ଥ ଆଦାୟ କରିଥିଲା କମ୍ପାନୀ। ତେବେ ଜମା ସଂଗ୍ରହ କରିବାର କିଛି ମାସ ପରେ ଅର୍ଥାତ୍ ୨୦୧୨ ମସିହାରେ ସଂସ୍ଥା ହଠାତ୍ ଉଭାନ ହୋଇଯାଇଥିବା ଜମାକାରୀ ଅଭିଯୋଗ କରିଥିଲେ। ଏନେଇ ଅର୍ଥନୈତିକ ଅପରାଧ ଶାଖାରେ ଜମାକାରୀ ଅଭିଯୋଗ କରିବା ପରେ କମ୍ପାନୀ ମୁଖ୍ୟଙ୍କୁ ଖୋଜୁଥିଲା ଇଓଡବ୍ଲୁ। ଗତକାଲି ରାତିରେ ସଂସ୍ଥା ଉପରେ ଚଡଉ କରି ନିର୍ଦ୍ଦେଶକଙ୍କୁ ଗିରଫ କରାଯାଇଛି। ଆଜି ତାଙ୍କୁ କୋର୍ଟ ଚାଲାଣ କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।