ବଣ୍ଡା ଜନଜାତିର ମହିଳା ଶୁକ୍ରୀ ଧାଙ୍ଗଡା ମାଝି ପାଇଲେ ପ୍ରଥମ ସ୍ମାର୍ଟ ହେଲ୍‌ଥ କାର୍ଡ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମାଲକାନଗିରି ଜିଲ୍ଲାର ବଣ୍ଡା ଜନଜାତି ମହିଳା ଶୁକ୍ରୀ ଧାଙ୍ଗଡା ମାଝି ପାଇଲେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ପ୍ରଥମ ସ୍ମାର୍ଟ ହେଲ୍‌ଥ କାର୍ଡ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ସ୍ମାର୍ଟ କାର୍ଡ ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମୋ’ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ କହିଛନ୍ତି। ଆଜି ମାଲକାନଗିରିରେ ଆୟୋଜିତ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ଉତ୍ସବରେ […]

Health-Card

Manoranjan Sial
  • Published: Friday, 20 August 2021
  • , Updated: 20 August 2021, 03:53 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମାଲକାନଗିରି ଜିଲ୍ଲାର ବଣ୍ଡା ଜନଜାତି ମହିଳା ଶୁକ୍ରୀ ଧାଙ୍ଗଡା ମାଝି ପାଇଲେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ପ୍ରଥମ ସ୍ମାର୍ଟ ହେଲ୍‌ଥ କାର୍ଡ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ସ୍ମାର୍ଟ କାର୍ଡ ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମୋ’ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ କହିଛନ୍ତି।

ଆଜି ମାଲକାନଗିରିରେ ଆୟୋଜିତ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, “ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ସିଏ ଚାଷୀ ହେଉ ବା ମୂଲିଆ, ଛୋଟ ଦୋକାନୀ ହେଉ ବା ରିକ୍ସା ବାଲା, ଟ୍ରଲି ଚାଳକ ହେଉ ଅବା ଦୂର ଦୂରାନ୍ତରେ ରହୁଥିବା ଜନଜାତି ଭାଇ ଭଉଣୀ ବା ସାଧାରଣ ଲୋକ। ସମସ୍ତେ ସୁସ୍ଥ ରହି ନିଜ ପରିବାରର ଉନ୍ନତି ପାଇଁ କାମ କରନ୍ତୁ। ପ୍ରତି ପରିବାରର ଉନ୍ନତିରେ ରାଜ୍ୟର ଉନ୍ନତି।”

https://twitter.com/IPR_Odisha/status/1428652178344792073?s=20

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳାଙ୍କ ପାଇଁ ଚିକିତ୍ସା ଖର୍ଚ୍ଚ ୧୦ ଲକ୍ଷ ଟଙ୍କାକୁ କିପରି ବୃଦ୍ଧି ହେଲା ସେ ସଂପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି-“୨୦୧୮ ମସିହାରେ ମାଲକାନଗିରି ପାଇଁ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ଚାଲିଥିଲା। ମୁଁ ସେତେବେଳେ ଲୋକସେବା ଭବନରୁ କାର୍ଯ୍ୟକ୍ରମରେ ଯୋଗଦେଇଥିଲି। ସେହି ସଭାରେ ଝିଅଟିଏ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମା’ମାନଙ୍କ ପାଇଁ ଚିକିତ୍ସା ଖର୍ଚ୍ଚ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଥିଲେ। ଝିଅର ସାହସ ଓ ବୁଦ୍ଧିକୁ ସମସ୍ତେ ପ୍ରଶଂସା କରିଥିଲେ। ଝିଅଟି ଥିଲା ଆମ ମାଲକାନଗିରିର ମମତା ପଡ଼ିଆମୀ। ତାଙ୍କ ପ୍ରସ୍ତାବ ମୋତେ ବହୁ ଭଲ ଲାଗିଥିଲା। ମୁଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳାମାନଙ୍କ ଚିକିତ୍ସା ସୁବିଧା ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛି।”

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି-“ଆଜି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ନୂଆ ରୂପରେ କାର୍ଯ୍ୟକାରୀ କରିବାକୁ ଯାଉଛୁ। ସେପ୍ଟେମ୍ବର ପହିଲାରୁ ଏହାକୁ ଲାଗୁ କରାଯିବ। ରାଜ୍ୟର ୯୬ ଲକ୍ଷ ପରିବାରକୁ ଏହି କାର୍ଡ ଦିଆଯିବ। ରାଜ୍ୟର ସାଢେ ତିନି କୋଟି ଲୋକ ଉପକାର ପାଇବେ। ଏହି ନୂଆ ବ୍ୟବସ୍ଥାରେ ଆପଣଙ୍କୁ ହସ୍ପିଟାଲରେ କିଛି କାଗଜପତ୍ର ଦେବା ଦରକାର ପଡ଼ିବ ନାହିଁ। କେବଳ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ସାଥୀରେ ନେଇ ହସ୍ପିଟାଲ୍‌ ଯିବାକୁ ପଡ଼ିବ। ଦେଶର ୨୦୦ରୁ ଅଧିକ ବଡ ବଡ ହସ୍ପିଟାଲରେ ଏହି କାର୍ଡ ଜରିଆରେ ହିତାଧିକାରୀମାନେ ଚିକିତ୍ସା ସୁବିଧା ପାଇବେ।”

https://twitter.com/IPR_Odisha/status/1428652203544178689?s=20

ସେ ଆହୁରି କହିଛନ୍ତି ଯେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମିଳିଥିବା ସ୍ମାର୍ଟ ହେଲ୍‌ଥ କାର୍ଡରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ଓ ମାମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ। ଏଭଳି ସୁବିଧା ଦେବାରେ ସାରା ଦେଶରେ ଓଡ଼ିଶା ପ୍ରଥମ ରାଜ୍ୟ। ଦେଶର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ଐତିହାସିକ ପଦକ୍ଷେପ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି-“ସ୍ୱାସ୍ଥ୍ୟ ଆମ ପାଇଁ ବହୁ ଗୁରୁତ୍ୱପୂର୍ଣ୍ଣ। ତେଣୁ ପରିବାରରେ କେହି ଅସୁସ୍ଥ ହୋଇପଡ଼ିଲେ, ଚିନ୍ତା ବଢିଯାଇଥାଏ। ସବଠୁ ବଡ଼ ଚିନ୍ତା ଥାଏ ଚିକିତ୍ସା ପାଇଁ ଆବଶ୍ୟକ ଟଙ୍କା। ଏଥିପାଇଁ କିଏ ଜମି ବିକିଥାଏ ତ ଆଉ କିଏ ସୁନା ବିକିଥାଏ। ପୁଣି ଆଉ କିଏ ଋଣ କରିଥାଏ। କେହି କେହି ଚିକିତ୍ସା ଖର୍ଚ୍ଚ ପାଇଁ ପିଲାମାନଙ୍କ ପାଠପଢା ମଧ୍ୟ ବନ୍ଦ କରିଦେଇଥାନ୍ତି।

ଆଜିର କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଯୋଗଦେଇଥିବା ବେଳେ ସାଂସଦ ରମେଶ ମାଝି ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ। କ୍ରୀଡା ମନ୍ତ୍ରୀ  ତୁଷାରକାନ୍ତି ବେହେରା ଧନ୍ୟବାଦ ଜଣାଇଥିଲେ।

Related story