ଭୁବନେଶ୍ୱର: ସୋମବାର ସଚିବାଳୟରେ ଶିଳ୍ପ ବିଭାଗର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୦୧୯ ମଧ୍ୟରେ ରାଜ୍ୟରେ ଶିଳ୍ପ ଉତ୍ପାଦନ ହାର ୧୫ରୁ ୧୬ ପ୍ରତିଶତ କରାଯିବାକୁ ଯେଉଁ ଲକ୍ଷ୍ୟ ରଖାଯାଇଛି ସେଥିପାଇଁ ରୋଡ୍ ମ୍ୟାପ୍ ତିଆରି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥିରେ ୩ ଲକ୍ଷ ଅତିରିକ୍ତ ନିଯୁକ୍ତି ସୃଷ୍ଟି ହୋଇପାରିବ। ତା’ସହ ରପ୍ତାନୀ ବୃଦ୍ଧି ଉପରେ ମଧ୍ୟ ବୈଠକରେ ଗୁରୁତ୍ୱ ଦଆଯାଇଛି। କଳିଙ୍ଗନଗର, ଧାମରା ଓ ପାରାଦୀପରେ ସ୍ପେଶାଲ ଇନଭେଷ୍ଟମେଣ୍ଟ ରିଜନର ମଧ୍ୟ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ। ତା’ସହ କ୍ଷୁଦ୍ର ଶିଳ୍ପ ଓ ମଧ୍ୟମ ଶିଳ୍ପ ଲାଗି ରାଜ୍ୟରେ ଆଗମୀ ଦିନରେ ଆଉ ୧୦ଟି ଇଣ୍ଡଷ୍ଟ୍ରିଆଲ୍ ଇେଷ୍ଟଟ କିଭଳି ପ୍ରସ୍ତୁତ ହେବ ତା ଉପରେ ଗୁରୁତ୍ୱ ଦିଆଯାଇଛି। ଏହି ବୈଠକରେ ଶିଳ୍ପମନ୍ତ୍ରୀ ଦେବୀପ୍ରସାଦ ମିଶ୍ର, ଶିଳ୍ପ ସଚିବଙ୍କ ସହ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।