ପୁରୀ: ପୁରୀ ଜିଲ୍ଲା ଚନ୍ଦନପୁର ଘୋଡ଼ାହୋତା ଗାଁରେ ରୋଷେଇ ଗ୍ୟାସ୍ ସିଲିଣ୍ଡରରୁ ଗ୍ୟାସ୍ ଲିକ୍ ହୋଇ ନିଆଁ ଲାଗିଯିବାରୁ ଜଣେ ଯୁବତୀ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କ ନାଁ ଶିବାନୀ ପାତ୍ର। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପୁରୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଶିବାନୀଙ୍କ ଶରୀରର ୯୦ ପ୍ରତିଶତ ପୋଡ଼ି ଯାଇଥିବା ଡାକ୍ତର କହିଛନ୍ତି।
ଆଜି ସକାଳ ପ୍ରାୟ ୯ଟା ସମୟରେ ସେ ଘରେ ରୋଷେଇ କରୁଥିବା ସମୟରେ ଏହି ଘଟଣା ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।