ଶିଳ୍ପାନୁଷ୍ଠାନରେ ସ୍ଥାନୀୟ ନିଯୁକ୍ତି ଦାବିରେ ଯୁବ କଂଗ୍ରେସ ପକ୍ଷରୁ ପ୍ରତିବାଦ ସଭା

ସମ୍ବଲପୁର: ଶିଳ୍ପାନୁଷ୍ଠାନ ଗୁଡିକରେ ସ୍ଥାନୀୟ ନିଯୁକ୍ତି ଓ ଅନ୍ୟାନ୍ୟ ଦାବି ନେଇ ଆଜି ସମ୍ୱଲପୁରରେ ଯୁବ କଂଗ୍ରେସ ପକ୍ଷରୁ ପ୍ରତିବାଦ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସମ୍ୱଲପୁର ଲୋକସଭା ମଣ୍ଡଳୀ ଅନ୍ତର୍ଗତ ଶତାଧିକ ଦଳୀୟ ଯୁବ କର୍ମୀ ଶୋଭାଯାତ୍ରାରେ ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିବା ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଯୁବ କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି ଯେ, ଜିଲ୍ଲାରେ ଥିବା ଶିଳ୍ପାନୁଷ୍ଠାନଗୁଡିକରେ ସ୍ଥାନୀୟ ବେକାର ଯୁବକଯୁବତୀଙ୍କୁ ନିଯୁକ୍ତି ଦିଆଯିବାରେ ଉପେକ୍ଷା କରାଯାଇ ରାଜ୍ୟ ବାହାରର […]

koila

Rakesh Mallick
  • Published: Wednesday, 08 July 2015
  • , Updated: 08 July 2015, 01:00 PM IST

ସମ୍ବଲପୁର: ଶିଳ୍ପାନୁଷ୍ଠାନ ଗୁଡିକରେ ସ୍ଥାନୀୟ ନିଯୁକ୍ତି ଓ ଅନ୍ୟାନ୍ୟ ଦାବି ନେଇ ଆଜି ସମ୍ୱଲପୁରରେ ଯୁବ କଂଗ୍ରେସ ପକ୍ଷରୁ ପ୍ରତିବାଦ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସମ୍ୱଲପୁର ଲୋକସଭା ମଣ୍ଡଳୀ ଅନ୍ତର୍ଗତ ଶତାଧିକ ଦଳୀୟ ଯୁବ କର୍ମୀ ଶୋଭାଯାତ୍ରାରେ ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିବା ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଯୁବ କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି ଯେ, ଜିଲ୍ଲାରେ ଥିବା ଶିଳ୍ପାନୁଷ୍ଠାନଗୁଡିକରେ ସ୍ଥାନୀୟ ବେକାର ଯୁବକଯୁବତୀଙ୍କୁ ନିଯୁକ୍ତି ଦିଆଯିବାରେ ଉପେକ୍ଷା କରାଯାଇ ରାଜ୍ୟ ବାହାରର ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯାଉଛି। ଶିଳ୍ପ ପାଇଁ ବିସ୍ଥାପିତ ହୋଇଥିବା ଲୋକଙ୍କୁ ନିଯୁକ୍ତି କିମ୍ୱା କ୍ଷତିପୂରଣ ଦିଆଯାଉ ନ ଥିବା ଦଳ ପକ୍ଷରୁ ଅଭିଯୋଗ କରାଯାଇଛି । ଆଗାମୀଦିନରେ ଦାବି ପୂରଣ ନ ହେଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ଯୁବ କଂଗ୍ରେସ ପକ୍ଷରୁ ଚେତାବନୀ ଦିଆଯିବା ସହ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।

Related story