ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର):ଅଳ୍ପ ବୟସରେ ବିରାଟ ସଫଳତା। ଦେଶର ସର୍ବକନିଷ୍ଠ ଆଇଏସ୍ ଅଧିକାରୀଭାବେ ମାତ୍ର ୨୨ବର୍ଷ ବୟସରେ ଦାୟିତ୍ବ ଗ୍ରହଣ କରିବାକୁ ଯାଉଛନ୍ତି ସିମି କରଣ । ସର୍ବଭାରତୀୟ ୟୁପିଏସସି ପରୀକ୍ଷାରେ ୩୧ ତମ ରାଙ୍କ ପାଇ ସିମି ସର୍ବକନିଷ୍ଠ ସିଭିଲ ସର୍ଭିସ କୃତୀତ୍ୱ ଭାବେ ଏକ ବିରଳ ରେକର୍ଡ଼ ସ୍ଥାପନ କରିଛନ୍ତି। ସିମିଙ୍କ ଘର ହେଉଛି ବାଲେଶ୍ୱରର ଜିଲ୍ଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ସନ୍ତୋଷପୁର ଗାଁରେ। ଛତିଶଗଡ଼ର ଭିଲାଇରେ ରହୁଥିବା ସିମି କରଣ ହେଉଛନ୍ତି ଆଇଆଇଟି ମୁମ୍ବାଇର ଛାତ୍ରୀ। ସେ ପ୍ରଥମ ଉଦ୍ୟମରେ ହିଁ ସିଭିଲ ସର୍ଭିସରେ କୃତକାର୍ଯ୍ୟ ହୋଇଛନ୍ତି।
୨୦୧୯ରେ ସେ ସେଠାରୁ ଇଲେକଟ୍ରିକାଲ ଇଞ୍ଜିନିୟରିଂ ବିଭାଗରେ ଉତ୍ତୀର୍ଣ୍ଣ ହୋଇଥିଲେ। ପିତା ଭିଲାଇ ଷ୍ଟିଲ ପ୍ଲାଣ୍ଟର ଫାଇନାନ୍ସ ବିଭାଗରେ ଜେନେରାଲ ମ୍ୟାନେଜର ଭାବେ କାର୍ଯରତ। ତାଙ୍କ ପିତା ମାତା, ଶିକ୍ଷକ ଓ ବନ୍ଧୁମାନଙ୍କୁ ସେ ଏହି ସଫଳତାର ଶ୍ରେୟ ଦେଇଛନ୍ତି। ନାରୀ ସଶକ୍ତିକରଣକୁ ନେଇ ଅନେକ କିଛି କରିବାକୁ ଇଚ୍ଛା ରହିଛି ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।