ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏଣିକି ଏକକ ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଏଣିକି ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକକ ପରୀକ୍ଷା ହେବ। ରାଜ୍ୟରେ ଥିବା ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ଗୋଟିଏ ପ୍ରକାର ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ।  ଏହାସହ ଗୋଟିଏ ସମୟରେ ପରୀକ୍ଷା ହେବ। ଆସନ୍ତା ମାସ ହେବାକୁ ଥିବା ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷାରେ ଏହି ବ୍ୟବସ୍ଥା ଲାଗୁ ହେବ। ଏନେଇ ବିଧିବଦ୍ଧ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି। ପୂର୍ବରୁ ଜିଲ୍ଲାସ୍ତରରେ ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଉଥିଲା। […]

school

Jyoshna Pradhan
  • Published: Tuesday, 22 October 2019
  • , Updated: 22 October 2019, 02:54 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଏଣିକି ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକକ ପରୀକ୍ଷା ହେବ। ରାଜ୍ୟରେ ଥିବା ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ଗୋଟିଏ ପ୍ରକାର ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ।  ଏହାସହ ଗୋଟିଏ ସମୟରେ ପରୀକ୍ଷା ହେବ। ଆସନ୍ତା ମାସ ହେବାକୁ ଥିବା ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷାରେ ଏହି ବ୍ୟବସ୍ଥା ଲାଗୁ ହେବ। ଏନେଇ ବିଧିବଦ୍ଧ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି।

ପୂର୍ବରୁ ଜିଲ୍ଲାସ୍ତରରେ ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଉଥିଲା। ଭିନ୍ନ ଭିନ୍ନ ଜିଲ୍ଲାରେ ପ୍ରଶ୍ନପତ୍ର ଅଲଗା ହେଉଥିଲା। କିଛି ଜିଲ୍ଲାରେ ସହଜ ପ୍ରଶ୍ନ ପତ୍ର ହେଉ ଥିବା ନେଇ ଆପତ୍ତି ଓ ଅଭିଯୋଗ ହେଉଥିଲା। ଏବେ ସମାନ ପ୍ରଶ୍ନପତ୍ରରେ ପରୀକ୍ଷା ହେବା ପରେ ଜିଲ୍ଲାସ୍ତରରେ ଖାତା ମୂଲ୍ୟାୟନ ହେବ। ସବୁ ଛାତଛାତ୍ରୀ ଯେପରି ପରୀକ୍ଷାରେ ଭାଗ ନେବେ ସେ ଦିଗରେ ଡିପିସିମାନେ ଗୁରୁତ୍ୱ ଦେବାକୁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ହୋଇଛି।

 

 

Related story