କୋଇଲା ପାଇଁ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଲିଜ୍ ପ୍ରକ୍ରିୟାକରଣରେ ତ୍ୱରାନ୍ୱିତ ହେବ: ଧର୍ମେନ୍ଦ୍ର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋଇଲା ଖଣିର ସଂଚାଳନ ସହଜ କରିବା ପାଇଁ ଭାରତ ସରକାର କୋଇଲା କ୍ଷେତ୍ର ପାଇଁ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ କହିଛନ୍ତି ଯେ, କୋଇଲା କ୍ଷେତ୍ର ପାଇଁ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ପୋର୍ଟାଲର ଶୁଭାରମ୍ଭ ହେବା ଫଳରେ […]

dharmendra

dharmendra

Tapas Behera
  • Published: Monday, 11 January 2021
  • Updated: 12 January 2021, 09:09 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋଇଲା ଖଣିର ସଂଚାଳନ ସହଜ କରିବା ପାଇଁ ଭାରତ ସରକାର କୋଇଲା କ୍ଷେତ୍ର ପାଇଁ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ କହିଛନ୍ତି ଯେ, କୋଇଲା କ୍ଷେତ୍ର ପାଇଁ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ପୋର୍ଟାଲର ଶୁଭାରମ୍ଭ ହେବା ଫଳରେ ଖଣି ଲିଜ୍ ପ୍ରକ୍ରିୟାକରଣ ଶୀଘ୍ର ହେବ। କୋଇଲା ଖଣିର କାର୍ଯ୍ୟକାରିତା ସହଜ ହେବ । ଓଡିଶା ସମେତ ଭାରତବର୍ଷରେ କୋଇଲା ଉତ୍ପାଦନରେ ବୃଦ୍ଧି ହେବା ସହ ଇଜ୍ ଅଫ୍ ଡୁଇଂ ବିଜନେସକୁ ମଧ୍ୟ ପ୍ରାଥମିକତା ଦେବ ।

ମୋଦି ସରକାରରେ ବିଗତ କିଛି ବର୍ଷ ମଧ୍ୟରେ କୋଇଲା କ୍ଷେତ୍ରରେ ଅନେକ ଗୁଡ଼ିଏ ସଂସ୍କାର ଅଣାଯାଇଛି । କ୍ଲିୟରାନ୍ସର ଶୀଘ୍ର ଅନୁମୋଦନ କୋଇଲା କ୍ଷେତ୍ରକୁ ଲାଭ ଦେବ, ଅଧିକ ନିଯୁକ୍ତି ସୃଷ୍ଟି କରିବା ସହ ଆତ୍ମନିର୍ମାଣ ଭାରତ ନିର୍ମାଣରେ ସହାୟକ ହେବ । ଏହା ସଙ୍ଗେସଙ୍ଗେ ଦେଶର ଅର୍ଥନୀତିକୁ ମଧ୍ୟ କୋଇଲା କ୍ଷେତ୍ର ଗତି ଦେବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos