ଭୁବନେଶ୍ୱର: କଟକ ଶିଶୁ ଭବନରେ ଶିଶୁ ମୃତ୍ୟୁ ଘଟଣାର ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇବ ବିଜେପି। ସେପ୍ଟେମ୍ବର ୨ ତାରିଖରେ ରାଜ୍ୟର ୩୧୪ଟି ବ୍ଳକ୍ କାର୍ଯ୍ୟାଳୟ ଆଗରେ ଦଳ ପକ୍ଷରୁ ଧାରଣା ଏବଂ ପ୍ରତିବାଦ ସଭା କରାଯିବ। ଭୁବନେଶ୍ୱରରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ଦଳର ବରିଷ୍ଠ ନେତା ବିଜୟ ମହାପାତ୍ର। ତା'ସହ ସହରାଞ୍ଚଳରେ ସିଡିଏମ୍ଓ ଏବଂ ଏଡିଏମ୍ଓଙ୍କ କାର୍ଯ୍ୟାଳୟ ଆଗରେ ମଧ୍ୟ ପ୍ରତିବାଦ ସଭା କରାଯିବ ବୋଲି ସେ କହିଛନ୍ତି। ଶିଶୁ ଭବନରେ କ୍ରମାଗତ ଶିଶୁମୃତ୍ୟୁ ଘଟଣା ନେଇ ରାଜ୍ୟ ସରକାର ଉପରେ ବର୍ଷିଛନ୍ତି ବିଜୟ। ସେ ଅଭିଯୋଗ କରିଛନ୍ତି ଯେ, ଶିଶୁମୃତ୍ୟୁ ସଂଖ୍ୟା ବଢି ଚାଲୁଥିଲେ ହେଁ, ରାଜ୍ୟ ସରକାର ନୀରବ ସାଜିଛନ୍ତି। ତା'ସହ ଆବଶ୍ୟକ ଡାକ୍ତରୀ ପଦବୀ ପୂରଣ କରାଯାଉ ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।