ତେଲକୋଇ (ଚିନ୍ମୟ କୁମାର ସାହୁ): କେନ୍ଦୁଝର ଜିଲ୍ଲା ତେଲକୋଇ ବନାଞ୍ଚଳ ଅଧୀନ ଶିକ୍ଷେଶ୍ୱର ଜଙ୍ଗଲରୁ ୬ ଜଣ ଶିକାରୀଙ୍କୁ ବନ ବିଭାଗ ଗିରଫ କରିଛି। ସେମାନଙ୍କ ପାଖରୁ ଏକ ଦେଶୀ ବନ୍ଧୁକ ଓ ଏକ କାର୍ ଜବତ କରାଯାଇଛି। କାର୍ରେ ପ୍ରେସ୍ ଲେଖାଯାଇଥିଲା।
ଗିରଫ ହୋଇଥିବା ଅଭିଯୁକ୍ତଙ୍କ ମଧ୍ୟରୁ ଦୁଇ ଜଣ ବାଲେଶ୍ୱରର, ଦୁଇ ଜଣ ହରିଚନ୍ଦନପୁରର ଓ ଜଣେ ଆନନ୍ଦପୁର ଅଞ୍ଚଳର ହୋଇ ଥିବା ବେଳେ ଅନ୍ୟ ଜଣେ ତେଲକୋଇ ଥାନା ଅନ୍ତର୍ଗତ କାରଦାଙ୍ଗିର ବୋଲି ସୂଚନା ମିଳିଛି।
ଏହି ଶିକାରୀମାନେ ହାତୀ ଶିକାର ପାଇଁ ଗତ ୨୬ ତାରିଖରୁ ଶିକ୍ଷେଶ୍ୱର ସଂରକ୍ଷିତ ଜଙ୍ଗଲରେ ଡେରା ପକାଇଥିଲେ। ହେଲେ ଗତକାଲି ବନ ବିଭାଗ ସେମାନଙ୍କୁ ଧରି ଅଟକ ରଖିଥିଲା। ଆଜି ସେମାନଙ୍କୁ ଗିରଫ କରିଛି।
ଗିରଫ ୬ ଜଣ ହାତୀ ଶିକାର ପାଇଁ ଯୋଜନା କରୁଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ତେଲକୋଇ ବନାଞ୍ଚଳ ଅଧିକାରୀ ସୂଚନା ଦେଇଛନ୍ତି। ଶିକ୍ଷେଶ୍ୱର ସଂରକ୍ଷିତ ଜଙ୍ଗଲଟି ପାଲଲହଡ଼ା ଓ ତେଲକୋଇ ହାତୀ କରିଡର ମଧ୍ୟରେ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।