ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ୍ର ତାମନପାଲି ଗାଁରେ ଅଜଣା ରୋଗର ଆତଙ୍କ ଦେଖାଦେଇଛି। ଗତ ୧୫ ଦିନ ମଧ୍ୟରେ ଗାଁରେ ଅଜଣା ରୋଗରେ ୬ ଜଣ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଖବର ପାଇ ଡାକ୍ତରୀ ଟିମ୍ ଗାଁରେ ପହଞ୍ଚି ଚିକିତ୍ସା ଆରମ୍ଭ କରିଛନ୍ତି। ତା’ସହିତ ଯେଉଁମାନଙ୍କ ଅବସ୍ଥା ଗୁରୁତର ରହିଛି, ସେମାନଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଛି।
ଗାଁ ଲୋକଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, ପ୍ରଥମେ ଶିଶୁଙ୍କୁ ଥଣ୍ଡା, ଜର, ବାନ୍ତି ଏବଂ କାଶ ହେବା ପରେ ଦୁଇରୁ ତିନି ଦିନ ମଧ୍ୟରେ ସେମାନଙ୍କ ମୁତ୍ୟୁ ଘଟୁଛି। ତେବେ ପାଗରେ ପରିବର୍ତ୍ତନ ଯୋଗୁ ପିଲାଙ୍କୁ ଏଭଳି ଜର ହେଉଥିବା ଡାକ୍ତର କହିଛନ୍ତି। ଶିଶୁମାନଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇଛି। ରିପୋର୍ଟ ଆସିବା ପରେ ପ୍ରକୃତ କାରଣ ଜଣାପଡ଼ିବ।
ଏହି ଘଟଣା ପରେ ତାମନପାଲୀ ଗାଁରେ ଭୟର ଆତଙ୍କ ଦେଖିବାକୁ ମିଳିଛି। ଏମିତିକି ଆଖପାଖ ଗାଁଲୋକେ ମଧ୍ୟ ଭୟଭୀତ ହୋଇପଡ଼ିଛନ୍ତି। ଗତ ଦୁଇ ବର୍ଷ ତଳେ ଜିଲ୍ଲାରେ ଜାପାନୀ ଏନ୍ସେଫାଲାଇଟିସ୍ ରୋଗରେ ୧୦୦ରୁ ଅଧିକ ଶିଶୁଙ୍କ ମୃତ୍ୟୁ ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ
୪ ଜଣ ତସ୍କର କଲରାପତରିଆ ବାଘ ଚାଲ ବିକ୍ରି ପାଇଁ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ବାରିପଦା ବନଖଣ୍ଡ ଓ ଶିମିଳିପାଳର ସ୍ଵତନ୍ତ୍ର ଟିମ୍ ମିଳିତ ଭାବେ ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ ଚଢ଼ଉ କରିଥିଲା।
Politics
ଅଫେରା ପଥରେ ବିଜେପିର ଭେଟ୍ରାନ୍ ଲିଡର ସମୀର ଦେ
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ।
Guest Column
୨୦୩୬ ମସିହାର ଓଡ଼ିଶା କେଉଁଭଳି ହେବ?
ପ୍ରଦୂଷଣ ହେତୁ ଆଜି ଅଞ୍ଚଳରେ ଅନେକ ଲୋକ ଯକ୍ଷ୍ମା ବେମାରୀରେ ପଡିଛନ୍ତି। ଅନେକ ଏହିହେତୁ ମରିଯାଉଛନ୍ତି। ଚାଷ ଭଲ ହେଉ ନାହିଁ। ଚୂନ ଗୁଣ୍ଡ ପଡ଼ିବାରୁ କୌଣସି ଫସଲ ଭଲ ହେଉନାହିଁ। ପାଚିବା ପୂର୍ବରୁ ଫଳ ଝଡ଼ିଯାଉଛି। ଲୋକେ ଚଳିବେ ବା କେମିତି? ଅଞ୍ଚଳରେ ପାଣି ମଧ୍ୟ ଭଲରେ ମିଳୁନାହିଁ, ନା ପିଇବା ଲାଗି ନା ବ୍ୟବହାର ଲାଗି। ଘର ବାହାରକୁ ବାହାରିଲେ ମୁହଁ ଧଳା ଦେଖାଯାଉଛି।
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।