ଆଜି ୬ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର୍‌ ଚରଣ ବେହେରା କହିଛନ୍ତି, “କୋରାପୁଟ, କନ୍ଧମାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିସହିତ ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ।” ସେ ଆହୁରି କହିଛନ୍ତି,“ଉତ୍ତର ପଶ୍ଚିମ […]

rain

Tapaswini Nayak
  • Published: Wednesday, 04 September 2019
  • , Updated: 04 September 2019, 11:21 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର୍‌ ଚରଣ ବେହେରା କହିଛନ୍ତି, “କୋରାପୁଟ, କନ୍ଧମାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିସହିତ ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ।”

ସେ ଆହୁରି କହିଛନ୍ତି,“ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ତେବେ ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷାର ପରିମାଣ କମିବ।”

ଶ୍ରୀ ବେହେରା କହିଛନ୍ତି,“ ଗତ ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗିରରେ ୬୯ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ସୋନପୁରରେ ୬୦ ମିମି , ଟିଟିଲାଗଡ଼ରେ ୪୮ ମିମି ଓ କେନ୍ଦୁଝରରେ ୫୬ ମିଲିମିଟର ବର୍ଷା ହୋଇଛି।”

Related story