ଆଜି ୬ ଘଣ୍ଟିଆ ଓଡ଼ିଶା ବନ୍ଦ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତୈଳ ଦରର ଅହେତୁକ ବୃଦ୍ଧି ପ୍ରତିବାଦରେ ତଥା ଅନ୍ୟାନ୍ୟ ବିଭିନ୍ନ ପ୍ରସଙ୍ଗରେ ଆଜି ରାଜ୍ୟ କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୭ଟାରୁ ଏହି ବନ୍ଦ ପାଳନ ଆରମ୍ଭ ହୋଇଥିବା ବେଳେ ଏହା ଦିନ ଗୋଟାଏ ପର୍ଯ୍ୟନ୍ତ ଚାଲିବ। ଶାନ୍ତିପୂର୍ଣ୍ଣ ଭାବେ ବନ୍ଦ ପାଳନ କରିବା ପାଇଁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଆହ୍ୱାନ ଦେଇଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ଦର […]

congress1

congress1

Jitendra Garnayak
  • Published: Monday, 15 February 2021
  • Updated: 15 February 2021, 10:23 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତୈଳ ଦରର ଅହେତୁକ ବୃଦ୍ଧି ପ୍ରତିବାଦରେ ତଥା ଅନ୍ୟାନ୍ୟ ବିଭିନ୍ନ ପ୍ରସଙ୍ଗରେ ଆଜି ରାଜ୍ୟ କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୭ଟାରୁ ଏହି ବନ୍ଦ ପାଳନ ଆରମ୍ଭ ହୋଇଥିବା ବେଳେ ଏହା ଦିନ ଗୋଟାଏ ପର୍ଯ୍ୟନ୍ତ ଚାଲିବ।

ଶାନ୍ତିପୂର୍ଣ୍ଣ ଭାବେ ବନ୍ଦ ପାଳନ କରିବା ପାଇଁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଆହ୍ୱାନ ଦେଇଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ବିଭିନ୍ନ ସ୍ଥାନରେ ଦୋକାନ ବଜାର ବନ୍ଦ ରହିଥିବା ବେଳେ ଗାଡ଼ି ଚଳାଚଳ ମଧ୍ୟ ବନ୍ଦ ରହିଛି। କଂଗ୍ରେସ କର୍ମୀମାନେ ପିକେଟିଂ କରି ଦୋକାନ ବଜାର ଓ ଗାଡ଼ି ଚଳାଚଳକୁ ବନ୍ଦ ରଖିଛନ୍ତି।

ରାଜଧାନୀର ବିଭିନ୍ନ ସ୍ଥାନରେ କଂଗ୍ରେସ କର୍ମୀ ପିକେଟିଂ କରି ରାସ୍ତା ଅବରୋଧ କରିଛନ୍ତି। ଫଳରେ ରାଜଧାନୀରେ ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ବନ୍ଦ ରହିଛି ଓ ଅଟକି ରହିଛି ଶହ ଶହ ଗାଡ଼ି। ସେହିପରି ଭୁବନେଶ୍ୱର ଷ୍ଟେସନରେ କଂଗ୍ରେସ କର୍ମୀଙ୍କ ପକ୍ଷରୁ ରେଳରୋକ କରାଯାଇଛି।

ସୁନ୍ଦରଗଡ଼, ସମ୍ବଲପୁର, ଢେଙ୍କାନାଳ, ଗଜପତି, ମୋହନା, ଭଦ୍ରକ, ସୋର, ବାଲିଗୁଡ଼ା, ନିଆଳି ଓ ରାଜ୍ୟର ପ୍ରାୟ ସବୁ ଅଞ୍ଚଳରେ କଂଗ୍ରେସ କର୍ମୀମାନେ ବନ୍ଦ ପାଳନ କରୁଥିବା ଦେଖିବାକୁ ମିଳିଛି। ବନ୍ଦ ପାଳନ ଯୋଗୁ କଟକରେ ବସ୍‌ରେ ଯାତ୍ରା କରିବାକୁ ଅପେକ୍ଷା କରିଥିବା ଯାତ୍ରୀମାନେ ହଇରାଣ ହୋଇଛନ୍ତି।

ପେଟ୍ରୋଲ ଓ ଡିଜେଲ୍ ଦର ବୃଦ୍ଧି ସହିତ ବେକାରୀ ସମସ୍ୟା, ରାଜ୍ୟରେ ନାରୀ ଓ ଶିଶୁ ନିର୍ଯାତନା ବୃଦ୍ଧି, ବିଗିଡ଼ିଥିବା ଆଇନ ଶୃଙ୍ଖଳା ପରିସ୍ଥିତି ଭଳି ଏକାଧିକ ପ୍ରସଙ୍ଗ ନେଇ ବନ୍ଦ ପାଳନ କରୁଛି କଂଗ୍ରେସ। ମାହାଙ୍ଗା ହତ୍ୟାକାଣ୍ଡ, କୋଟିଆରେ ଆନ୍ଧ୍ର ପ୍ରଦେଶର ନିର୍ବାଚନ ଓ ମହାନଦୀ ପ୍ରସଙ୍ଗରେ ବି ବନ୍ଦ ପାଳନ କରାଯାଉଛି।

ଏହି ବନ୍ଦରୁ ଆମ୍ବୁଲାନ୍ସ, ଜରୁରୀ ସେବାରେ ନିୟୋଜିତ ଥିବା ଯାନବାହାନ, ଔଷଧ ଦୋକାନ ଓ ଅତ୍ୟାବଶ୍ୟକ ସେବାରେ ଥିବା ଗାଡ଼ିକୁ ବାଦ୍ ଦିଆଯାଇଛି। ସେହିଭଳି ବିବାହ ପାଇଁ ଯାଉଥିବା ବରଯାତ୍ରୀ ଗାଡ଼ିକୁ ବି ବନ୍ଦରୁ ବାଦ୍ ଦିଆଯାଇଛି।

ଅନ୍ୟପକ୍ଷରେ ଛାତ୍ରାଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଆଜି ରାଜ୍ୟର ସମସ୍ତ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟ ବନ୍ଦ ରଖିବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର। ସେହିପରି ସକାଳ ୬ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଘରୋଇ ବସ୍ ଚଳାଚଳ ବନ୍ଦ ରଖିଛି ବସ୍ ମାଲିକ ସଂଘ। ମୋ ବସ୍ ସେବାକୁ ମଧ୍ୟ ଦିନ ୨ଟା ଯାଏଁ ବନ୍ଦ ରଖାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story