କୋରାପୁଟ(ଓଡ଼ିଶା ରିପୋର୍ଟର): କୋରାପୁଟ ଜିଲ୍ଲା ସେମିଲିଗୁଡା ବ୍ଲକ ଅନ୍ତର୍ଗତ ୨୬ ନମ୍ବର ଜାତୀୟ ରାଜପଥ କୁତୁଗାଁ ଛକ ନିକଟରେ ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହେବାରୁ ୬ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି। ଅଟୋଟି (ଓଡି ୧୦ ପି ୭୩୪୮) ସେମିଲିଗୁଡା ଠାରୁ କୁନ୍ଦୁଲି ହାଟପଦା ଯାଉଥିଲା। ଏହି ସମୟରେ କୁତୁଗାଁ ନିର୍ମାଣାଧୀନ ଡିଗ୍ରୀ କଲେଜ ପଟୁ ଦ୍ରୁତ ଗତିରେ ଏକ ବାଇକ ରାସ୍ତା ମଝିକୁ ଆସିଯିବା ଫଳରେ ସେହି ବାଇକ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଅଟୋ ଓଲଟି ପଡିଥିଲା । ଫଳରେ ଅଟୋରେ ଥିବା ୭ ଜଣଙ୍କ ମଧ୍ୟରୁ ୬ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ କୁନ୍ଦୁଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଗୁରୁତରଙ୍କ ମଧ୍ୟରୁ ହାଟପଦା ସ୍କୁଲ ଶିକ୍ଷୟତ୍ରୀ ସବିତା ସରକାର (୫୫)ଙ୍କର ସ୍ଥିତି ଗମ୍ଭୀର ଥିବାରୁ ତାଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ ସ୍ଥାନାନ୍ତର କରାଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।