ଅନୁଗୁଳ:(ଓଡ଼ିଶା ରିପୋର୍ଟର): ଅନୁଗୁଳ ଜିଲ୍ଲାରୁ ଆଉ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଛେଣ୍ଡିପଦା ବ୍ଲକର ଏକ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିରରୁ ଏହି ସମସ୍ତ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଲେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ।
ଏହି ୬ ଆକ୍ରାନ୍ତ ସମସ୍ତେ ତାମିଲନାଡୁରୁ ଫେରି ଗତ ୭ ତାରିଖରୁ ସମସ୍ତେ କ୍ୱାରେଣ୍ଟିନ୍ କେନ୍ଦ୍ରରେ ଥିଲେ। ତାଙ୍କ ନମୁନା ପରୀକ୍ଷା କରିବାରୁ ସେମାନଙ୍କଠାରୁ କରୋନା ଭୂତାଣୁ ଚିହ୍ନଟ ହୋଇଛି। ଆକ୍ରାନ୍ତ ସମସ୍ତଙ୍କୁ ତାଳଚେର କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ତେବେ ୬ ପଜିଟିଭ୍ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦କୁ ବୃଦ୍ଧି ପାଇଥିବା ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସୂଚନା ଦେଇଛନ୍ତି।
ସେହିଭଳି ଆଜି ରାଜ୍ୟରେ ଆଉ ୧୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଚିହ୍ନଟ ନୂଆ ୧୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨ ରହିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।