Advertisment

ମହାନଦୀରେ ବନ୍ୟା ଆଶଙ୍କା, ୬ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଗାଣ ବର୍ଷା ଯୋଗୁ ରାଜ୍ୟର କେତେକ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଉପକୂଳ ଓଡ଼ିଶାରେ ବନ୍ୟା ପରିସ୍ଥିତିର ଆଶଙ୍କା ଦେଖାଦେଇଛି। ଆସନ୍ତାକାଲି ହୀରାକୁଦ ଗେଟ୍ ଖୋଲାଯିବାକୁ ଥିବାରୁ ମହାନଦୀରେ ବନ୍ୟା ଆସିବାର ଆଶଙ୍କା ରହିଛି ଓ ଏଥିପାଇଁ ୬ଟି ଜିଲ୍ଲାରେ ଆଲର୍ଟ ଜାରି କରାଯାଇଛି। ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ମହାନଦୀ ଅବବାହିକା ଅଞ୍ଚଳରେ ବନ୍ୟା ଆସିବାର ଆଶଙ୍କା ଦେଖାଦେଇଛି। ୧୫ତାରିଖ ସକାଳ ସୁଦ୍ଧା ମହାନଦୀରେ ୧୧ଲକ୍ଷ କ୍ୟୁସେକ ପାଣି ପ୍ରବାହିତ ହେବ। […]

author-image
Biswobandita Swain
ମହାନଦୀରେ ବନ୍ୟା ଆଶଙ୍କା, ୬ ଜିଲ୍ଲାକୁ ଆଲର୍ଟ

478

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଗାଣ ବର୍ଷା ଯୋଗୁ ରାଜ୍ୟର କେତେକ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଉପକୂଳ ଓଡ଼ିଶାରେ ବନ୍ୟା ପରିସ୍ଥିତିର ଆଶଙ୍କା ଦେଖାଦେଇଛି। ଆସନ୍ତାକାଲି ହୀରାକୁଦ ଗେଟ୍ ଖୋଲାଯିବାକୁ ଥିବାରୁ ମହାନଦୀରେ ବନ୍ୟା ଆସିବାର ଆଶଙ୍କା ରହିଛି ଓ ଏଥିପାଇଁ ୬ଟି ଜିଲ୍ଲାରେ ଆଲର୍ଟ ଜାରି କରାଯାଇଛି।

Advertisment

ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ମହାନଦୀ ଅବବାହିକା ଅଞ୍ଚଳରେ ବନ୍ୟା ଆସିବାର ଆଶଙ୍କା ଦେଖାଦେଇଛି। ୧୫ତାରିଖ ସକାଳ ସୁଦ୍ଧା ମହାନଦୀରେ ୧୧ଲକ୍ଷ କ୍ୟୁସେକ ପାଣି ପ୍ରବାହିତ ହେବ। ଏଥିଯୋଗୁ କଟକ, ଜଗତସିଂହପୁର, ପୁରୀ, ନୟାଗଡ଼, ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ବନ୍ୟା ଆଶଙ୍କା ଦେଖାଦେଇଛି। ଏସବୁ ଜିଲ୍ଲାଗୁଡ଼ିକରେ ନଦୀବନ୍ଧ ଗୁଡ଼ିକର ପାଟ୍ରୋଲିଂ କଡ଼ାକଡ଼ି କରିବା ସହ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। କଟକ ସହରର ରିଙ୍ଗରୋଡ୍ ଉପରେ ମଧ୍ୟ ନଜର ରଖିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ଏପଟେ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ସୁବର୍ଣ୍ଣପୁର ଓ କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ଏସବୁ ଜିଲ୍ଲାରେ ପ୍ରଭାବିତ ଲୋକଙ୍କୁ ଆଶ୍ରୟସ୍ଥଳୀରେ ରଖାଯିବା ସହ ପ୍ରଶାସନ ପକ୍ଷରୁ ଆବଶ୍ୟକ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆଯାଇଛି। ବର୍ଷା ଜଳ ବଲାଙ୍ଗୀର ସହରରେ ଜନଜୀବନ ଅସ୍ତବ୍ୟସ୍ତ କରିଥିବାରୁ ସେଠାକୁ ୬ଟି ଓଡ୍ରାଫ ଟିମ୍ ପଠାଯାଇଛି।

Advertisment

ସୂଚନାଯୋଗ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିଥିଲେ। ବୈଠକରେ ମୁଖ୍ୟ ସଚିବ, ଉନ୍ନୟନ କମିଶନର, କୃଷି ଉତ୍ପାଦନ କମିଶନର, ପୁଲିସ ଡିଜି, ସ୍ୱତନ୍ତ୍ର ରିଲିଫ କମିଶନର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିବା ଜଣାପଡ଼ିଛି।