୬ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ ବଢ଼ିଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ଯୋଗୁ ଉପୁଜିଥିବା ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ରାଜ୍ୟର ୬ଟି ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳକୁ  ବୃଦ୍ଧି କରିଛନ୍ତି। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଏହି କୁଳପତିମାନଙ୍କ କାର୍ଯ୍ୟକାଳ ବୃଦ୍ଧି ନିମନ୍ତେ ସୁପାରିସ କରିଥିଲେ। ରାଜଭବନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ସମ୍ବଲପୁରସ୍ଥିତ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଅତନୁ କୁମାର ପତିଙ୍କ କାର୍ଯ୍ୟକାଳ ଜୁଲାଇ ୨୭ତାରିଖରେ, ବାଲେଶ୍ୱରସ୍ଥିତ ଫକୀରମୋହନ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ମଧୁମିତା ଦାସଙ୍କ କାର୍ଯ୍ୟକାଳ ଅଗଷ୍ଟ […]

airb-1

Tapas Behera
  • Published: Wednesday, 10 June 2020
  • , Updated: 10 June 2020, 10:17 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ଯୋଗୁ ଉପୁଜିଥିବା ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ରାଜ୍ୟର ୬ଟି ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳକୁ  ବୃଦ୍ଧି କରିଛନ୍ତି। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଏହି କୁଳପତିମାନଙ୍କ କାର୍ଯ୍ୟକାଳ ବୃଦ୍ଧି ନିମନ୍ତେ ସୁପାରିସ କରିଥିଲେ।
ରାଜଭବନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ସମ୍ବଲପୁରସ୍ଥିତ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଅତନୁ କୁମାର ପତିଙ୍କ କାର୍ଯ୍ୟକାଳ ଜୁଲାଇ ୨୭ତାରିଖରେ, ବାଲେଶ୍ୱରସ୍ଥିତ ଫକୀରମୋହନ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ମଧୁମିତା ଦାସଙ୍କ କାର୍ଯ୍ୟକାଳ ଅଗଷ୍ଟ ୧, ବାରିପଦାସ୍ଥିତ ଉତ୍ତରଓଡ଼ିଶା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ କୁମାର ଚାନ୍ଦଙ୍କ କାର୍ଯ୍ୟକାଳ ଅଗଷ୍ଟ ୩୧, ଭୁବନେଶ୍ୱରସ୍ଥିତ ଉତ୍କଳ ବିଶ୍ୱବିଦ୍ୟାଳୟର କୁପତି ପ୍ରଫେସର ସୌମେନ୍ଦ୍ର ମୋହନ ପଟ୍ଟନାୟକଙ୍କ କାର୍ଯ୍ୟକାଳ ଜୁଲାଇ ୩୦,ବ୍ରହ୍ମପୁରସ୍ଥିତ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଅମରେନ୍ଦ୍ର ନାରାୟଣ ମିଶ୍ରଙ୍କ କାର୍ଯ୍ୟକାଳ ଜୁଲାଇ ୧୩ ଓ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପଦ୍ମଜା ମିଶ୍ରଙ୍କ କାର୍ଯ୍ୟକାଳ ଜୁଲାଇ ୧୪ତାରିଖରେ ଶେଷ ହେଉଥିଲା। ଏହି କୁଳପତିମାନଙ୍କ କାର୍ଯ୍ୟକାଳକୁ ଆଉ ୩ମାସ ପାଇଁ ବୃଦ୍ଧି କରାଯାଇଛି।

Related story