ନୂଆଦିଲ୍ଲୀ: କୌଶଳ ବୃଦ୍ଧି ବା ସ୍କିଲ୍ ଡେଭଲପମେଣ୍ଟ ସଂପର୍କିତ ନୀତି ଆୟୋଗର ତୃତୀୟ ତଥା ଶେଷ ବୈଠକ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀମାନଙ୍କର ଏହି ସମ୍ମିଳନୀରେ ଓଡ଼ିଶାରୁ ବୈଷୟିକ ଶିକ୍ଷା ଓ ତାଲିମ୍ ମନ୍ତ୍ରୀ ସଂଜୟ ଦାସବର୍ମା ପ୍ରତିନିଧିତ୍ୱ କରିଥିଲେ। କୌଶଳ ବିକାଶ କାର୍ଯ୍ୟକ୍ରମ ଲାଗି ସ୍ୱତନ୍ତ୍ର ବଜେଟରେ ବ୍ୟବସ୍ଥା କରିବା, ସ୍କିଲ ୟୁନିଭର୍ସିଟି ପ୍ରତିଷ୍ଠା ଓ ସ୍କିଲ ଡେଭଲପମେଣ୍ଟ କାର୍ଯ୍ୟରେ ନିୟୋଜିତ ସଂସ୍ଥାଙ୍କୁ ସର୍ଭିସ ଟ୍ୟାକ୍ସ ଛାଡ଼ ଭଳି ରାଜ୍ୟ ସରକାରଙ୍କ ପକ୍ଷରୁ ୪ଟି ପ୍ରସ୍ତାବ ଦିଆଯାଇଛି। ଅନ୍ୟପକ୍ଷରେ ପୂର୍ବ ବୈଠକଗୁଡିକରେ ରାଜ୍ୟ ସରକାର ଦେଇଥିବା ଅଧିକାଂଶ ପ୍ରସ୍ତାବକୁ କେନ୍ଦ୍ର ଗ୍ରହଣ କରିଥିବା ଦାସବର୍ମା ସୂଚନା ଦେଇଛନ୍ତି। ତେବେ ଆଜିର ବୈଠକରେ ଦିଆଯାଇଥିବା ପ୍ରସ୍ତାବଗୁଡିକ ସଂପର୍କରେ କେନ୍ଦ୍ର ୭ ଦିନ ମଧ୍ୟରେ ନିଷ୍ପତ୍ତି ଜଣାଇବ ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।