ଆଇଏଏସ୍‌ ସ୍ତରର ଛୋଟ ଧରଣର ଅଦଳବଦଳ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ରାଜ୍ୟପାଳଙ୍କ ସଚିବ ତଥା କମିଶନର ଥିବା ଡ. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ଯିବା ପାଇଁ ରିଲିଭ୍ କରାଯାଇଛି। ଡ.ମେହେର୍ଦ୍ଦା କେନ୍ଦ୍ରରେ ଜାତୀୟ ଖାଦ୍ୟ ସୁରକ୍ଷା ମିଶନ (ଏନ୍‌ଏଫ୍‌ଏସ୍‌ଏମ୍‌)ର ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଭାବେ ଦାୟିତ୍ୱ ନେବେ। ଜଳ ସମ୍ପଦ ସଚିବ ଅନୁ ଗର୍ଗଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ […]

odisha secretariat

odisha secretariat

Jitendra Garnayak
  • Published: Thursday, 02 September 2021
  • Updated: 02 September 2021, 12:39 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ରାଜ୍ୟପାଳଙ୍କ ସଚିବ ତଥା କମିଶନର ଥିବା ଡ. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ଯିବା ପାଇଁ ରିଲିଭ୍ କରାଯାଇଛି। ଡ.ମେହେର୍ଦ୍ଦା କେନ୍ଦ୍ରରେ ଜାତୀୟ ଖାଦ୍ୟ ସୁରକ୍ଷା ମିଶନ (ଏନ୍‌ଏଫ୍‌ଏସ୍‌ଏମ୍‌)ର ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଭାବେ ଦାୟିତ୍ୱ ନେବେ।

ଜଳ ସମ୍ପଦ ସଚିବ ଅନୁ ଗର୍ଗଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। କାରଣ ଡ. ମେହେର୍ଦ୍ଦା ରାଜ୍ୟପାଳଙ୍କ ସଚିବ ତଥା କମିଶନର ଭାବେ କାର୍ଯ୍ୟ କରିବା ସହିତ ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ ତଥା କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଉଥିଲେ।

ଅନ୍ୟପକ୍ଷରେ ବରିଷ୍ଠ ଆଇଏଏସ୍ ଶାଶ୍ୱତ ମିଶ୍ରଙ୍କୁ ରାଜ୍ୟପାଳଙ୍କ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ସେ ଏବେ ଉଚ୍ଚଶିକ୍ଷା ବିଭାଗର ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ତା’ସହିତ ତାଙ୍କ ପାଖରେ ଓଏସ୍‌ଏସ୍‌ଏସ୍‌ସିର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଅଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos