ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୀର୍ଘ ଦେଢ଼ବର୍ଷ ଧରି ନେତୃତ୍ୱ ବିହୀନ ଥିବା ବିଜେଡି ମହିଳା ଶାଖାର ସଭାନେତ୍ରୀ ଭାବେ ବରିଷ୍ଠ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କୁ ନିଯୁକ୍ତି ମିଳିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଆଜି ଏହି ନିଯୁକ୍ତି ଦେବା ସହ ତତ୍କାଳ ପ୍ରଭାବରୁ ଦାୟିତ୍ୱ ଗ୍ରହଣ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି।
ଅତାବିରାରୁ ବିଜେଡି ବିଧାୟିକା ଥିବା ଶ୍ରୀମତୀ ଛୁରିଆ ପୂର୍ବରୁ ରାଜ୍ୟ ସରକାରରେ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିବାବେଳେ ଅନୁସୂଚିତ ଜାତି ବର୍ଗରୁ ପ୍ରତିନିଧିତ୍ୱ କରୁଛନ୍ତି। ପଶ୍ଚିମ ଓଡ଼ିଶାର ଜଣେ ଆଗଧାଡ଼ିର ନେତ୍ରୀ ଭାବେ ମଧ୍ୟ ସେ ଜଣାଶୁଣା।
ସୂଚନାଯୋଗ୍ୟ, ବିଜେଡି ମହିଳା ସଭାନେତ୍ରୀ ଥିବା ମିନତୀ ବେହେରାଙ୍କୁ ୨୦୧୯ ଅଗଷ୍ଟ ମାସରେ ରାଜ୍ୟ ମହିଳା କମିଶନ ଆୟୋଗର ଅଧ୍ୟକ୍ଷା ଭାବେ ନିଯୁକ୍ତି ମିଳିବା ପରଠୁ ବିଜେଡି ମହିଳା ଶାଖାର ସଭାନେତ୍ରୀ ପଦ ଖାଲି ପଡ଼ିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।