ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର କିଛି ଜିଲ୍ଲାରେ ଆସନ୍ତା ୧୬ ଓ ୧୭ ତାରିଖରେ ହୋଇପାରେ ପ୍ରବଳ ବର୍ଷା। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଦିଆଯାଇଛି ଏହି ସୂଚନା।
ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି, ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଆଉ ଏହା ପ୍ରଭାବରେ ୧୬ ଓ ୧୭ ତାରିଖରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
https://twitter.com/mcbbsr/status/1448580428990795781?s=20
ଆଜି ସକାଳ ସାଢ଼େ ୮ଟା ଆସନ୍ତାକାଲି(ଶୁକ୍ରବାର) ସକାଳ ସାଢ଼େ ୮ଟା ଭିତରେ ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୋଳ, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ। ଅନ୍ୟ ଜିଲ୍ଲା ଗୁଡ଼ିକରେ ଗୋଟିଏ ବା ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ବଜ୍ରପାତକୁ ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଶୁକ୍ରବାର ସକାଳ ସାଢ଼େ ୮ଟାରୁ ଶନିବାର ସକାଳ ସାଢ଼େ ୮ଟା ଭିତରେ ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାରେ ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ହେବାର ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଶନିବାର ସକାଳ ସାଢ଼େ ୮ଟାରୁ ରବିବାର ସକାଳ ସାଢ଼େ ୮ଟା ଭିତରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବଜ୍ରପାତ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ଏକ #ଲଘୁଚାପକ୍ଷେତ୍ର ସୃଷ୍ଟି ହୋଇଛି | ଯାହା ଆଗାମୀ #୨୪ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି #ଦକ୍ଷିଣଓଡିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳ ହେବ ସମ୍ଭାବନା ରହିଛି | ପ୍ରଭାବରେ ରାଜ୍ୟରେ #୧୬ଏବଂ #୧୭ରେ କିଛି ଜିଲ୍ଲାରେ #ପ୍ରବଳବର୍ଷା ସମ୍ଭାବନା pic.twitter.com/nRDHTFMqoQ
— Meteorological Centre, Bhubaneswar (@mcbbsr) October 14, 2021