ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ସନ୍ଧ୍ୟା ସାଢ଼େ ୬ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହିତ କୁଆପଥର ମାଡ଼ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ସଂପର୍କିତ ସୂଚନା ଦିଆଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଗଜପତି, ଗଞ୍ଜାମ, ନବରଙ୍ଗପୁର, କନ୍ଧମାଳ, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ସହିତ କୁଆପଥର ମାଡ଼ ହୋଇପାରେ। ବିଜୁଳି ମଧ୍ୟ ମାରିବ। ତା’ସହିତ ଘଣ୍ଟା ପ୍ରତି ୪୦ ରୁ ୫୦ କି.ମି ବେଗରେ ପବନ ମଧ୍ୟ ବୋହିପାରେ।
ଏଥିପାଇଁ ଏହି ସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଗକୁ ଦେଖି ଲୋକମାନେ ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁ ପ୍ରସ୍ତୁତ ରହିବାକୁ କୁହାଯାଇଛି। ସେହିଭଳି ଏଭଳି ସ୍ଥିତି ଉପୁଜିଲେ କଦଳୀ ଗଛ ଗୁଡ଼ିକୁ ସାମାନ୍ୟ କ୍ଷତି ପହଞ୍ଚିପାରେ। କିଛି ଫସଲ ନଷ୍ଟ ମଧ୍ୟ ହୋଇପାରେ ବୋଲି କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।