କମିବ ଶୀତ, ୧୦ ପରେ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାତିର ତାପମାତ୍ର କମିଥିବା ବେଳେ ଗୁରୁବାର ସୃଷ୍ଟି ହୋଇଥିବା ୱେଷ୍ଟର୍ନ ଡିଷ୍ଟରବାଂଶ, ଯାହା ଆଫଗାନିସ୍ତାନ ଓ ତା‘ର ଆଖପାଖ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ପାଖାପାଖି ୩.୧ରୁ ୭.୬ କିମି ପର୍ଯ୍ୟନ୍ତ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜି ସକାଳେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ବାୟୁମଣ୍ଡଳରେ ସମୁଦ୍ର ପତ୍ତନଠାରୁ ୧.୫ କିମି ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ପୂର୍ବ ବଙ୍ଗୋପସାଗରରୁ ଜଳୀୟ ବାଷ୍ପ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଛି। ତେଣୁ ଆଗାମୀ ତିନି […]

Heavy rain

Manoranjan Sial
  • Published: Friday, 07 January 2022
  • , Updated: 07 January 2022, 09:31 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାତିର ତାପମାତ୍ର କମିଥିବା ବେଳେ ଗୁରୁବାର ସୃଷ୍ଟି ହୋଇଥିବା ୱେଷ୍ଟର୍ନ ଡିଷ୍ଟରବାଂଶ, ଯାହା ଆଫଗାନିସ୍ତାନ ଓ ତା‘ର ଆଖପାଖ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ପାଖାପାଖି ୩.୧ରୁ ୭.୬ କିମି ପର୍ଯ୍ୟନ୍ତ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜି ସକାଳେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ବାୟୁମଣ୍ଡଳରେ ସମୁଦ୍ର ପତ୍ତନଠାରୁ ୧.୫ କିମି ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ପୂର୍ବ ବଙ୍ଗୋପସାଗରରୁ ଜଳୀୟ ବାଷ୍ପ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଛି। ତେଣୁ ଆଗାମୀ ତିନି ଦିନ ରାତିର ତାପମାତ୍ରା ଦୁଇରୁ ତିନି ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏହାଛଡ଼ା ଘୂର୍ଣ୍ଣିବଳୟର ପ୍ରଭାବରେ ଆଗାମୀ ୧୦ ତାରିଖ ପରେ ବର୍ଷାର ପ୍ରଭାବ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।

https://twitter.com/mcbbsr/status/1479416092565016576?s=20

ଶ୍ରୀ ଦାସଙ୍କ କହିବା ଅନୁସାରେ ପ୍ରେରିତ ଘୂର୍ଣ୍ଣିବଳୟ ପ୍ରଭାବରେ ୯ ତାରିଖରେ କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୧୦ ତାରିଖ ସକାଳ ସାଢ଼େ ୮ଟାରୁ ୧୧ ତାରିଖ ସକାଳ ସାଢ଼େ ୮ଟା ଭିତରେ ପଶ୍ଚିମ ଓଡ଼ିଶାର ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଠିକ୍‌ ସେହିପରି ୧୧ ସକାଳ ସାଢ଼େ ୮ଟାରୁ ୧୨ ସକାଳ ସାଢ଼େ ୮ଟା ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଅବଶିଷ୍ଟ ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ବର୍ଷା ହୋଇପାରେ।

https://twitter.com/mcbbsr/status/1479381962041159683?s=20

ସେପଟେ ରାତିର ତାପମାତ୍ର କମିଛି। ଯାହାଫଳରେ ଶୀତ କମିଛି। ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରୀ ରେକର୍ଡ କରାଯାଇଛି। ଉପକୂଳରୁ ଆଭ୍ୟନ୍ତରୀଣ ପର୍ଯ୍ୟନ୍ତ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି। ଓଡ଼ିଶାର ପାଗ ମୁଖ୍ୟତଃ ଶୁଖିଲା ରହିଛି। ଗତ ୨୪ ଘଣ୍ଟାରେ ରାତିର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଘଟିନି।

https://twitter.com/mcbbsr/status/1479406241562591237?s=20

Related story