Advertisment

ପୂଜାକୁ ଫିକା କଲା ବର୍ଷା, ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଲଘୁଚାପ ପ୍ରଭାବରେ ଗତକାଲିଠୁ ରାଜ୍ୟ ଅନେକ ସ୍ଥାନରେ ବର୍ଷା ଲାଗି ରହିଥିବାରୁ ପୂଜା ମଉଜ ଫିକା ପଡ଼ିଯାଇଛି।  ଆଜି ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଦଶାହରା ବୁଲା ମଧ୍ୟ ଫିକା ପଡ଼ିବ।  ଆଜି ଏହି ୧୨ଟି ଜିଲ୍ଲା ପାଇଁ ଭୁନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, […]

ଅଦ୍ୟତନ ହୋଇଛି
ପୂଜାକୁ ଫିକା କଲା ବର୍ଷା, ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

Rain

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଲଘୁଚାପ ପ୍ରଭାବରେ ଗତକାଲିଠୁ ରାଜ୍ୟ ଅନେକ ସ୍ଥାନରେ ବର୍ଷା ଲାଗି ରହିଥିବାରୁ ପୂଜା ମଉଜ ଫିକା ପଡ଼ିଯାଇଛି।  ଆଜି ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଦଶାହରା ବୁଲା ମଧ୍ୟ ଫିକା ପଡ଼ିବ।  ଆଜି ଏହି ୧୨ଟି ଜିଲ୍ଲା ପାଇଁ ଭୁନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସବୁ  ଜିଲ୍ଲା ଗୁଡ଼ିକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲିଠୁ ରାଜ୍ୟରେ ବର୍ଷାର ପରିମାଣ କମିବ।  ହେଲେ ୭ଟି ଜିଲ୍ଲାରେ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ଏଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ।

Advertisment

ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ୨ଟି ସ୍ଥାନରେ ଅତିପ୍ରବଳ ବର୍ଷା ହୋଇଥିବା ବେଳେ ୩୪ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ଭଦ୍ରକରେ ସର୍ବାଧିକ ୧୦୯ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ  ପାରଳାଖେମୁଣ୍ଡିରେ ୧୦୨.୮ ମିମି ବର୍ଷା ହୋଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe