ମୁନିଗୁଡ଼ା (ନନ୍ଦ କିଶୋର ପଟ୍ଟନାୟକ): ପୁଅର ଠେଙ୍ଗାମାଡ଼ରେ ବାପାର ମୃତ୍ୟୁ ଘଟିଛି। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ଥାନା ହନୁମନ୍ତପୁର ପଞ୍ଚାୟତର ଉହାପୁଚି ଗାଁରେ। ମୃତକଙ୍କ ନାଁ ଲଙ୍ଗେସା ହିକବାଡ଼ିକା। ଅଭିଯୁକ୍ତର ନାଁ ବଦ ହିକବାଡ଼ିକା।
ସୂଚନା ଅନୁଯାୟୀ, ଜାନୁଆରୀ ୧୦ ତାରିଖରେ ପାରିବାରିକ କଳହକୁ ନେଇ ଲଙ୍ଗେସା ଓ ବଦଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ସମୟରେ ନିକଟରେ ପଡ଼ିଥିବା ଏକ ଠେଙ୍ଗାରେ ଲଙ୍ଗେସାଙ୍କୁ ଆକ୍ରମଣ କରିଥିଲେ ବଦ। ସେ ତାଙ୍କ ମୁଣ୍ଡରେ ପ୍ରହାର କରିଥିଲେ। ଫଳରେ ଘଟଣାସ୍ଥଳରେ ହିଁ ଲଙ୍ଗେସାଙ୍କ ମୃତ୍ୟୁ ଘଟିଥିଲା।
ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲା। ଏଥିସହ ଏକ ହତ୍ୟା ମାମଲା ରୁଜୁ କରି ଗତକାଲି ବଦକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
ସୂଚନାଯୋଗ୍ୟ, ଗତକାଲି କନ୍ଧମାଳ ଜିଲ୍ଲା ବେଳଘର ଥାନା ଅଞ୍ଚଳରେ ନିଶାଗ୍ରସ୍ତ ପୁଅର କାଠ ଫାଳିଆ ମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।