ଆସିକା(ମନୋଜ ମୁନୀ): ତୁଚ୍ଛ ହେଲା ରକ୍ତ ସମ୍ପର୍କ। ନିଜ ଜନ୍ମକଲା ମା’କୁ ଅତି ନୃଶଂସ ଭାବେ ହତ୍ୟା କରିଛି ପୁଅ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ବାଲିସାହି ବଣପାଲ୍ଲୀ ଗାଁରେ। ମୃତକ ହେଲେ ସରସ୍ୱତୀ ପଲାଇ। ତାଙ୍କ ବୟସ ୬୦ ବର୍ଷ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସୂଚନା ମୁତାବକ, ଘରୋଇ କଳିକୁ କେନ୍ଦ୍ରକୁ ମାଆ ସରସ୍ୱତୀ ଏବଂ ପୁଅ ସନ୍ୟାସୀ ପଲାଇଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ସନ୍ୟାସୀ ରାଗିଯାଇ ମା’ଙ୍କୁ ଏକ ଲୁହା ରଡରେ ଆକ୍ରମଣ କରିଥିଲା । ରଡରେ ବାରମ୍ବାର ପିଟିପିଟି ମା’ଆଙ୍କୁ ଅତି ନୃଶଂସ ଭାବେ ହତ୍ୟା କରିଥିଲା। ଏହାପରେ ଘଟଣାସ୍ଥଳରୁ ଅଭିଯୁକ୍ତ ପୁଅ ଫେରାର ହୋଇଯାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Miscellaneous
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ
ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।