କୋରାପୁଟ (ସୂର୍ଯ୍ୟ ପଣ୍ଡା): ରାନ୍ଧି ଖାଇବାକୁ ନଦେବାରୁ ମା’କୁ ମାରି ଦେଲା ପୁଅ। ଏଭଳି ଚାଞ୍ଚଲ୍ୟକର ଘଟଣା ଘଟିଛି କୋରାପୁଟ ସହରର ସୋନାପୁର ଅଞ୍ଚଳରେ । ମୃତକ ହେଲେ ଡମୁଣି ପରଜା(୫୦) । ପୁଅ କବଳରୁ ମା’କୁ ରକ୍ଷା କରିବାକୁ ଯାଇ ବାପା ମଧ୍ୟ ଆହତ ହୋଇଛନ୍ତି। ଅଭିଯୁକ୍ତ ମନୋଜ ପରଜା (୨୫) ଙ୍କୁ ଗିରଫ କରିଛି ପୁଲିସ୍।
ବୁଧବାର ରାତିରେ ମନୋଜ ଘରେ ପହଞ୍ଚିବା ବେଳକୁ ଡମୁଣି ରୋଷେଇ କରି ନ ଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ମନୋଜ ମା’କୁ ପାଟି କରିବାକୁ ଉଭୟ ମା’ପୁଅଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାପରେ ଉତ୍ତ୍ୟକ୍ତ ମନୋଜ ଘର ପାଖରେ ଥୁଆ ହୋଇଥିବା କୋଦାଳରେ ମା’ ବେକକୁ ଚୋଟ ମାରିଥିଲେ। ଫଳରେ ଘଟଣାସ୍ଥଳରେ ଡମୁଣିଙ୍କ ପ୍ରାଣବାୟୁ ଉଡ଼ି ଯାଇଥିଲା।
ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ପଠାଇଥିଲା। ଏହାପରେ ପୁଲିସ୍ ମନୋଜଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Miscellaneous
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ
ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।