ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତେଲେଙ୍ଗାନା କ୍ୟାଡ଼ର ଆଇପିଏସ୍ ଡଃ ସୌମ୍ୟା ମିଶ୍ରଙ୍କୁ ରାଜ୍ୟ ଅଗ୍ନିଶମ ଓ ହୋମଗାର୍ଡ ଅତିରିକ୍ତ ଡିଜି ଭାବେ ନିଯୁକ୍ତି ମିଳିଛି। ଡଃ ସୌମ୍ୟା ମିଶ୍ର କ୍ୟାଡ଼ର ଡେପୁଟେସନରେ ଓଡ଼ିଶା ଆସିବା ପରେ ତାଙ୍କୁ ଏହି ନିଯୁକ୍ତି ମିଳିଛି। ଆଜି ଏନେଇ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି।
ସୂଚନାଯୋଗ୍ୟ, ଓଡ଼ିଶାର ପ୍ରଥମ ମହିଳା ଆଇପିଏସ୍ ଅଫିସର ଡଃ ମିଶ୍ର କଟକରେ ଜନ୍ମିତ। ସେ ସୋସିଓଲୋଜିରେ ପିଏଚଡି କରିଥିବା ବେଳେ ପୁଲିସ ମ୍ୟାନେଜମେଣ୍ଟରେ ଏମଏ ଡିଗ୍ରୀ ହାସଲ କରିଛନ୍ତି। ସେ ହାଇଦ୍ରାବାଦରେ ତେଲେଙ୍ଗାନା ପୁଲିସର କ୍ରାଇମ ଇନଭେଷ୍ଟିଗେସନ ଡିପାର୍ଟମେଣ୍ଟରେ କାର୍ଯ୍ୟ କରୁଥିଲେ।
ସୂଚନାଯୋଗ୍ୟ, ଆଇପିଏସ୍ ସୁନୀଲ ରଏଙ୍କ ଅବସର ଯୋଗୁ ରାଜ୍ୟ ଅଗ୍ନିଶମ ଓ ହୋମଗାର୍ଡ ଡିଜି ଭାବେ ଆଇପିଏସ ସତ୍ୟଜିତ୍ ମହାନ୍ତିଙ୍କୁ ଅତିରିକ୍ତ ଭାବେ ଏହି ଦାୟିତ୍ୱ ମେ’ ୩୦ତାରିଖରେ ନ୍ୟସ୍ତ ହୋଇଛି। ଶ୍ରୀ ମହାନ୍ତି ଏବେ ଗୁଇନ୍ଦା ବିଭାଗର ସ୍ପେଶାଲ ଡିଜି ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଆଶ୍ରମ ବିଦ୍ୟାଳୟରୁ ଛାତ୍ର ନିଖୋଜ, ୬ ଦିନ ହେଲା ମିଳୁନି ପତ୍ତା
ଘଟଣା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ମ୍ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଛାତ୍ରଙ୍କ ପରିବାର।
Miscellaneous
ବନ୍ଧା ପଡ଼ିଛି ଦାଦନ, ଚର୍ଚ୍ଚାରେ ପୁଲିସର ଡବଲ୍ ରୋଲ
ଝିଅକୁ ସେଠାରୁ ଉଦ୍ଧାର ପାଇଁ ମା’ ଜୟନ୍ତୀ ଏବେ ସମସ୍ତଙ୍କୁ ଆକୁଳ ନିବେଦନ କରିଛନ୍ତି।
Miscellaneous
ଏବେ 'ଟୁଇନ୍ ସିଟି' ନୁହେଁ, 'ଟ୍ରାଇ ସିଟି'ର ବିକାଶ କରିବେ ସରକାର
ପୁରୀ, କଟକ ଓ ଭୁବନେଶ୍ୱରକୁ ନେଇ ଟ୍ରାଇ ସିଟି ଗଠନ କରାଯିବ। ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଦୂର ପାଇଁ ନିର୍ମାଣ ହେବ ଅଧିକ ନୂଆ ରିଂ ରୋଡ୍ ଏବଂ ଓଭର ବ୍ରିଜ।
Events & Festivals
କଂସ ଦେଲେ ନିର୍ଦ୍ଦେଶ, ଧନୁଯାତ୍ରା ମଞ୍ଚରେ ଗୀତ ଗାଇଲେ ସିଦ୍ଧାନ୍ତ: ଦେଖନ୍ତୁ ଭିଡିଓ
କଂସ ମହାରାଜଙ୍କ ନିର୍ଦ୍ଦେଶରେ ସେ ଦୁଇଟି ଗୀତ ଗାଇବା ସହ ଗୋଟିଏ ଫିଲ୍ମର ଡାଏଲଗ ସମସ୍ତଙ୍କୁ ଶୁଣାଇଥିଲେ।
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?