ଓଡ଼ିଶାରୁ ଫେରିଗଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପ ସାଗରରେ ସମ୍ଭାବ୍ୟ ବାତ୍ୟା ଆଶଙ୍କା ମଧ୍ୟରେ ଓଡ଼ିଶାରୁ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିଛି । ରାଜ୍ୟର ୨୫ଟି ଜିଲ୍ଲାରୁ ମୌସୁମୀ ଫେରି ଯାଇଥିବାବେଳେ ବାକି ୫ଟି ଜିଲ୍ଲାରୁ ଆସନ୍ତା ଦୁଇଦିନ ମଧ୍ୟରେ ଫେରିଯିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟର ୧୯ଟି ଜିଲ୍ଲାରୁ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ପ୍ରତ୍ୟାବର୍ତ୍ତନ କରିଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, […]

monsoon

Ordigital Desk
  • Published: Thursday, 20 October 2022
  • , Updated: 20 October 2022, 07:35 PM IST
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପ ସାଗରରେ ସମ୍ଭାବ୍ୟ ବାତ୍ୟା ଆଶଙ୍କା ମଧ୍ୟରେ ଓଡ଼ିଶାରୁ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିଛି । ରାଜ୍ୟର ୨୫ଟି ଜିଲ୍ଲାରୁ ମୌସୁମୀ ଫେରି ଯାଇଥିବାବେଳେ ବାକି ୫ଟି ଜିଲ୍ଲାରୁ ଆସନ୍ତା ଦୁଇଦିନ ମଧ୍ୟରେ ଫେରିଯିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟର ୧୯ଟି ଜିଲ୍ଲାରୁ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ପ୍ରତ୍ୟାବର୍ତ୍ତନ କରିଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ସୋନପୁର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ନୟାଗଡ଼ ଜିଲ୍ଲାରୁ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ପ୍ରତ୍ୟାହାର ହୋଇଥିବାବେଳେ ଖୋର୍ଦ୍ଧା, ପୁରୀ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରୁ ଆଂଶିକ ପ୍ରତ୍ୟାହାର ହୋଇଛି । ଏବେ କେବଳ ନବରଙ୍ଗପୁର, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ମୌସୁମୀ ବାୟୁ ସକ୍ରିୟ ଥିବାବେଳେ ଆସନ୍ତା ୨ଦିନ ମଧ୍ୟରେ ଏହା ପ୍ରତ୍ୟାବର୍ତ୍ତନ ନିମନ୍ତେ ଅନୁକୂଳ ପରିବେଶ ରହିଛି ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।
ସୂଚନାଯୋଗ୍ୟ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବାର ଆଶଙ୍କା ଥିବାବେଳେ ଏହାର ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାରେ ୨୩ରୁ ବର୍ଷା ସମ୍ଭାବନା ରହିଛି ।

Related story