ପୁରୀ (ଓଡ଼ିଶା ରିପୋର୍ଟର): କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ଚୂଡ଼ାନ୍ତ ହୋଇଛି। ନୀତି ସବକମିଟି ଦ୍ୱାରା ହୋଇଥିବା ତାଲିକାରେ କାର୍ତ୍ତିକ ମାସର ନୀତିକାନ୍ତି ରହିଛି। ଭୋର ୪ ଟାରେ ଦ୍ୱାର ଫିଟା, ପରେ ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଭୋଗମଣ୍ଡପ, ମଧ୍ୟାହ୍ନ ଧୂପ, ପରେ ଦ୍ୱିତୀୟ ଭୋଗ ମଣ୍ଡପ ଓ ସଂଧ୍ୟା ଆରତି, ସଂଧ୍ୟା ଧୂପ, ବଡ଼ ସିଂହାର ବେଶ ଆଦି ନୀତି କରାଯିବା ପାଇଁ ନିର୍ଘଣ୍ଟ ହୋଇଛି।
ଏହାସହ ଆସନ୍ତା୨୫ ନଭେମ୍ବରରେ ଲକ୍ଷ୍ମୀନାରାୟଣ ବେଶ, ୨୬ ନଭେମ୍ବରରେ ବାଙ୍କଚୂଡ଼ା ବେଶ, ୨୭ ନଭେମ୍ବରରେ ନାଗାର୍ଜୁନ ବେଶ, ୨୮ ନଭେମ୍ବରରେ ତ୍ରିବିକ୍ରମ ବେଶ, ୨୯ରେ ଲକ୍ଷ୍ମୀନୃସିଂହ ବେଶ ଓ ଶେଷରେ ୩୦ ନଭେମ୍ବରରେ ରାଜାଧିରାଜ ବେଶ ଅନୁଷ୍ଠିତ ହେବ। ଆସନ୍ତା ୨୭ ଅକ୍ଟୋବର ଠାରୁ ୩୦ ନଭେମ୍ବର ଯାଏ ଶ୍ରୀମନ୍ଦିରର ନୀତି ନିର୍ଘଣ୍ଟ କରାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଭୁବନେଶ୍ୱରରେ ପ୍ରବାସୀ ଭାରତୀୟଙ୍କ ମହାକୁମ୍ଭ, ଆଜି ଉଦଘାଟନ କରିବେ ମୋଦି
ଗତ ରାତିରେ ପ୍ରଧାନମନ୍ତ୍ରୀ ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଆଜି ସକାଳ ୧୦ଟାରୁ ସାଢେ ୧୧ଟା ଯାଏ ମୋଦି ଜନତା ମୈଦାନରେ ରହିବା କାର୍ଯ୍ୟକ୍ରମ ରହିଛି।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।