Advertisment

ବୁଣାକାରଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ବୁଣାକାର ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ। ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି। ବୁଣାକାର ମାନେ ସେମାନଙ୍କ ଦକ୍ଷତା ଦ୍ୱାରା ଓଡ଼ିଶାର ମହାନ ସାଂସ୍କୃତିକ ପରମ୍ପରାକୁ ହସ୍ତତନ୍ତ ଜରିଆରେ ସାରା ବିଶ୍ୱରେ ଉପସ୍ଥାପନ କରିଆସୁଛନ୍ତି ଏବଂ ଓଡ଼ିଶାର ତିଆରି ହସ୍ତତନ୍ତର ମଧ୍ୟ ବିଶେଷ ଚାହିଦା […]

ଅଦ୍ୟତନ ହୋଇଛି
ବୁଣାକାରଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା

weavers

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ବୁଣାକାର ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ। ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି।

Advertisment

ବୁଣାକାର ମାନେ ସେମାନଙ୍କ ଦକ୍ଷତା ଦ୍ୱାରା ଓଡ଼ିଶାର ମହାନ ସାଂସ୍କୃତିକ ପରମ୍ପରାକୁ ହସ୍ତତନ୍ତ ଜରିଆରେ ସାରା ବିଶ୍ୱରେ ଉପସ୍ଥାପନ କରିଆସୁଛନ୍ତି ଏବଂ ଓଡ଼ିଶାର ତିଆରି ହସ୍ତତନ୍ତର ମଧ୍ୟ ବିଶେଷ ଚାହିଦା ରହିଛି। କିନ୍ତୁ କୋଭିଡ ମହାମାରୀ ପରିପ୍ରେକ୍ଷୀରେ ଗତ ଦୁଇବର୍ଷରେ ହସ୍ତତନ୍ତ ବ୍ୟବସାୟ ଗଭୀର ଭାବରେ ପ୍ରଭାବିତ ହୋଇଛି ଏବଂ ଆମର ହଜାର ହଜାର ବୁଣାକାର ମାନଙ୍କ ରୋଜଗାରରେ ମଧ୍ୟ ହ୍ରାସ ଘଟିଛି।

ଏହି ପ୍ୟାକେଜରେ କଂକ୍ରିଟ୍ ହୋଇନଥିବା ୧୫ହଜାର ଲୁମ୍ ପିଟ୍‌କୁ ପର୍ଯ୍ୟାୟକ୍ରମେ ଆଗାମୀ ତିନି ବର୍ଷରେ କଙ୍କ୍ରିଟ କରାଯିବ। ପ୍ରତି ଲୁମ୍ ପିଟ୍‌ କଂକ୍ରିଟ ପାଇଁ ୭ହଜାର ଟଙ୍କା ଲେଖାଏ ଖର୍ଚ୍ଚ କରାଯିବ। ସୂଚନାଯୋଗ୍ୟ ଯେ ରାଜ୍ୟର ୩୧,୩୪୨ଟି ଲୁମ୍ ପିଟ୍‌ ମଧ୍ୟରୁ ଏପର୍ଯ୍ୟନ୍ତ ୧୫,୦୭୧ଟି ଲୁମ୍ ପିଟ୍‌କୁ କଂକ୍ରିଟ କରାଯାଇଛି। ସେହିପରି ୩ହଜାର ବୁଣାକାର ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ପ୍ୟାକେଜ ଅଧିନରେ ପ୍ରାଥମିକତା ଭିତ୍ତିରେ ହାଉସ୍-କମ୍-ୱର୍କ ଶେଡ୍ ଯୋଗାଇ ଦିଆଯିବ।

Advertisment

ସୂଚନାଯୋଗ୍ୟ ଯେ ଏପର୍ଯ୍ୟନ୍ତ ୧୧୬୯୫ଟି ହାଉସ୍-କମ୍-ୱର୍କ ଶେଡ୍ ବୁଣାକାର ପରିବାରକୁ ଯୋଗାଇ ଦିଆଯାଇଛି। ଲୁଗାବୁଣା ଏବଂ କୁଟୀର ଶିଳ୍ପ ଉତ୍ପାଦନ ପ୍ରକ୍ରିୟାରେ ପରିବାରର ସଦସ୍ୟମାନେ ମଧ୍ୟ ସହଯୋଗ କରିଥାନ୍ତି। ସେହିପରି ଡିଜାଇନ ପ୍ରସ୍ତୁତି ମଧ୍ୟ ଏକ ଜଟିଳ ପ୍ରକ୍ରିୟା। ତେଣୁ ବୁଣାକାର ମାନଙ୍କ ଆଖି ଉପରେ ଯେପରି ବିଶେଷ ଚାପ ନ ପଡ଼ିବ ଏବଂ ସେମାନେ ଦୀର୍ଘ ସମୟ କାମ କରିପାରିବେ, ସେଥିପାଇଁ ସେମାନଙ୍କୁ ଏହି ଯୋଜନାରେ ବିଜୁଳି ଆଲୁଅ ଓ ବିଜୁଳି ପଙ୍ଖା ଯୋଗାଇ ଦିଆଯିବ।

ସେହିପରି ସମସ୍ତ ଯୋଗ୍ୟ ବୁଣାକାର ପରିବାରକୁ ଅଗ୍ରାଧିକାର ଭିତ୍ତିରେ ବାସଗୃହ ଯୋଗାଇ ଦେବା ପାଇଁ ନିଷ୍ପତ୍ତି କରାଯାଇଛି। ପଞ୍ଚାୟତରାଜ ବିଭାଗର ଗାଇଡଲାଇନ୍ ଅନୁସାରେ ଏଥିପାଇଁ ହିତାଧିକାରୀ ଚୟନ କରାଯିବ। ଏହି ପ୍ୟାକେଜରେ ବୁଣାକାର ମାନେ ଯେପରି ସୁବିଧାରେ ଋଣ ପାଇ ପାରିବେ, ତା ଉପରେ ଗୁରୁତ୍ୱ ଦିଆଯାଇଛି।

Government Of Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe