କଟକ(ଓଡ଼ିଶା ରିପୋର୍ଟର): ୨୦୧୯ ମସିହାରେ ଘଟିଥିବା ନାବାଳିକା ଦୁଷ୍କର୍ମ ମାମଲାର ଆଜି ରାୟ ପ୍ରକାଶ ପାଇଛି। ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ସହ ଜରିମାନା କଲେ କଟକ ସ୍ୱତନ୍ତ୍ର ପୋକ୍ସୋ ଆଡାହକ କୋର୍ଟ। ଏଥିସହ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବା ପାଇଁ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।
୨୦୧୯ ମସିହା ମେ’ ୧୯ ତାରିଖରେ ସାଲେପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଚାକିରି ପ୍ରଲୋଭନ ଦେଖାଇ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଥିଲା। ଏ ନେଇ ସାଲେପୁର ଥାନାରେ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଅଭିଯୁକ୍ତ ମଣ୍ଟୁ ମଲ୍ଲିକକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଗିରଫ ଅଭିଯୁକ୍ତ ପେଶାରେ ଜଣେ ଦେଶୀ ମଦ ବ୍ୟବସାୟୀ। ସେ ବିବାହିତ ଥିବା ବେଳେ ତା’ର ୩ ଟି ପିଲା ଅଛନ୍ତି।
ଆଜି ଏହି ମାମଲାର ରାୟ ପ୍ରକାଶ ପାଇଛି। ୧୨ ଜଣ ସାକ୍ଷୀ ଓ ୨୯ଟି ଡକ୍ୟୁମେଣ୍ଟ ଆଧାରରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଓ ୫୦ ହଜାର ଟଙ୍କାର ଜରିମାନା କରିଛନ୍ତି କୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।