ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆୟବର୍ହିଭୁତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ୱତନ୍ତ୍ର ସଚିବ ଅଜୟ ଦାସଙ୍କୁ ଭିଜିଲାନ୍ସ ଆଜି ଗିରଫ କରିଛି। ଶ୍ରୀ ଦାସ ଆଉ ୨ମାସ ପରେ ସରକାରୀ ଚାକିରିରୁ ଅବସର ନେଇଥାନ୍ତେ, ମାତ୍ର ତା’ପୂର୍ବରୁ ତାଙ୍କୁ ଭିଜିଲାନ୍ସ ଗିରଫ କରିଛି।
ମିଳିଥିବା ସୂଚନା ଅନୁସାରେ, ଭିଜିଲାନ୍ସ ଟିମ୍ ଗତକାଲି ତାଙ୍କର ଭୁବନେଶ୍ୱର ଓ ବାଲେଶ୍ୱରସ୍ଥିତ ଘରଗୁଡ଼ିକ ଉପରେ ଚଢ଼ଉ କରି ମୋଟ ୩କୋଟି ଟଙ୍କାର ସମ୍ପତ୍ତି ଠାବ କରିଛି। ଭୁବନେଶ୍ୱରର ଟଙ୍କପାଣି ରୋଡରେ ଥିବା ତାଙ୍କ ଘର, ପଟିଆରେ ୨ଟି ଫ୍ଲାଟ, ଶିଶୁପାଳଗଡ଼ରେ ଗୋଟିଏ ପ୍ଲଟ୍ ସହ ଆଉଟହାଉସ୍ ଏବଂ ବାଲେଶ୍ୱରରେ କୋଠା ଓ ପ୍ଲଟ୍ ଜବତ କରିଛି। ଏହାସହିତ ତାଙ୍କ ପାଖରେ ବିର୍ଲାସନ୍ ଲାଇଫର ୬୫ଲକ୍ଷ ଟଙ୍କାର ବଣ୍ଡ ଓ ଏଲଆଇସିର ୮ଲକ୍ଷ ଟଙ୍କାର ବଣ୍ଡ ରହିଥିଲା। ଏତେ ପରିମାଣର ଆୟବର୍ହିଭୁତ୍ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିବା ପରେ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଜଜଙ୍କ ପାଖରେ ହାଜର କରିବ ବୋଲି ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସଞ୍ଜ ବେଳେ ମହିଳାଙ୍କ ହାତ ଓ ଗୋଡ଼ ବାନ୍ଧି ଘରୁ ନେଇ ଗଲେ ୨୦ ଲକ୍ଷ ଟଙ୍କା
ଅମିତାଙ୍କୁ ଲୁଟିବା ପରେ ଆଲମାରୀରେ ଥିବା ୨୦ ଲକ୍ଷରୁ ଅଧିକ ଟଙ୍କା ଓ ସୁନା ଅଳଙ୍କାର ଧରି ଚମ୍ପଟ ମାରିଥିଲେ। ଆଉ ଗଲା ବେଳେ ବାହାର ପାର୍ଶ୍ୱରୁ କବାଟ ବନ୍ଦ କରିଦେଇଥିଲେ।
Crime
କ’ଣ ପାଇଁ ସଂପୃକ୍ତ ଶିକ୍ଷାନୁଷ୍ଠାନକୁ ଯାଇଥିଲେ ହଂସିକା ଓ ଅନୀଲ?
ଅପରପକ୍ଷେ ଏହି ଠକ ଯୋଡ଼ିଙ୍କ କେଳେଙ୍କାରୀ ରାଜ୍ୟ ବାହାରକୁ ବି ଲମ୍ବିଛି। ଝାଡଖଣ୍ଡର ଇଏସଏଲ ବୋକାରୋ କଂପାନୀ ସହ ଏକ ୩୦୦ କୋଟି ଟଙ୍କାର ଡିଲ୍ ମଧ୍ୟ ସାମ୍ନାକୁ ଆସିଛି। ଆୟକର ବିଭାଗ ଏସବୁ ତଥ୍ୟ ପାଇବା ପରେ ଖୋଳତାଡ ଚଳାଇଛି।
Politics
ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବା ପରେ କ’ଣ ଫାଇଦା ମିଳିବ? ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ପ୍ରାୟ ୩୦ ହଜାର ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ।
Crime
ବାଘ ମାରି ଖାଇଥିଲେ, ବାସନ୍ଦ ହେଲେ ୪ ପରିବାର
ବନ ବିଭାଗ ଏ ସମ୍ପର୍କରେ ଜାଣିପାରି ଜଗବନ୍ଧୁଙ୍କୁ ମେଡିକାଲ୍ରେ ଭର୍ତ୍ତି କରିଥିଲେ। ଏବେ ତାଙ୍କର ଚିକିତ୍ସା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ହେଉଛି। ଗିରଫ ବେଳେ ୩ ଅଭିଯୁକ୍ତ ବାଘ ଶିକାର କରି ଖାଇଥିବା ସ୍ୱୀକାର କରିଥିଲେ।
Crime
ଅଫିସ୍ରେ ମାତାଲ RI କହୁଛନ୍ତି- ମୋଦି ମୋର ଫ୍ରେଣ୍ଡ, ଚାହିଁଲେ ପ୍ରଧାନମନ୍ତ୍ରୀ ହୋଇଯିବି
ଖଜଣା ଦେଇ ପାଉତି କାଟିଲେ ଚାଷୀମାନେ ଫସଲ କ୍ଷୟକ୍ଷତି ପାଇଁ ଆବେଦନ କରିବେ। ହେଲେ ଦୁର୍ଭାଗ୍ୟର ବିଷୟ ବୌଲାଙ୍ଗ ଆର୍ଆଇ ଅଫିସ୍ରେ ନାହାଁନ୍ତି। ତେଣୁ ଚାଷୀମାନେ ପଟା ଓ ପାଉତି ଧରି ଆର୍ଆଇ ଅଫିସ୍ ଆଗରେ ଦୀର୍ଘ ସମୟ ଧରି ଛିଡ଼ା ହୋଇଥିଲେ।