୧୯ରେ ଲଘୁଚାପ, ସବୁ ଜିଲ୍ଲାପାଳଙ୍କୁ ଆଲର୍ଟ କଲେ ଏସଆରସି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୧୦ଟି ଜିଲ୍ଲାରେ ଏବେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଆସନ୍ତା ୧୯ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି । ଏନେଇ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଆଜି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେବା ସହ ଆସନ୍ତା ୧୯ ଓ ୨୦ତାରିଖ ଦୁଇ ଦିନ ଧରି ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି । ଆଜି […]

Rain

Ordigital Desk
  • Published: Wednesday, 17 August 2022
  • , Updated: 17 August 2022, 08:26 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୧୦ଟି ଜିଲ୍ଲାରେ ଏବେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଆସନ୍ତା ୧୯ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି । ଏନେଇ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଆଜି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେବା ସହ ଆସନ୍ତା ୧୯ ଓ ୨୦ତାରିଖ ଦୁଇ ଦିନ ଧରି ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

ଆଜି ଏସଆରସି ଶ୍ରୀ ଜେନା ସମସ୍ତ ଜିଲ୍ଲାପାଳଙ୍କୁ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ସମ୍ପର୍କରେ ସତର୍କ କରାଇଛନ୍ତି । ଭାରତୀୟ ପାଣିପାଗ ବିଭାଗରୁ ମିଳିଥିବା ତଥ୍ୟ ଅନୁସାରେ ଆସନ୍ତା ୧୯ତାରିଖରେ ଉତ୍ତ ବଙ୍ଗୋପସାଗରରେ ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷାର ଆଶଙ୍କା ରହିଛି। ଯେଉଁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ସେଠାରେ ଯେକୌଣସି ପରିସ୍ଥିତିର ମୁକାବିଲା ନିମନ୍ତେ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି । ତଳିଆ ଅଂଚଳ ଜଳମଗ୍ନ ହେବାର ଆଶଙ୍କା ଥିବାରୁ ପରିସ୍ଥିତି ଉପରେ ନଜର ରଖିବାକୁ କୁହାଯାଇଛି । ପ୍ରବଳ ବର୍ଷା ଯୋଗୁ କିଛି କ୍ଷୟକ୍ଷତି ହେଲେ ତୁରନ୍ତ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଆସନ୍ତା ୧୮ରୁ ୧୯ତାରିଖ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ୧୯ ତାରିଖ ୮ଟାରୁ ସକାଳରୁ ୨୦ତାରିଖ ସକାଳ ପର୍ଯ୍ୟନ୍ତ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ଯାଜପୁର, ବଲାଙ୍ଗିର, ସୋନପୁର ଓ ବୌଦ୍ଧ ଜିଳ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୩ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

Related story