ଏସ୍‌ଆରସିଙ୍କ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସଙ୍ଗ: ସ୍ଥିତାବସ୍ଥା ବଜାୟ ରଖିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ସ୍ୱତନ୍ତ୍ର ରିଲିଫ୍ କମିଶନର(ଏସ୍‌ଆରସି)ଙ୍କ କାର୍ଯ୍ୟାଳୟ କଟକରୁ ଭୁବନେଶ୍ୱର ସ୍ଥାନାନ୍ତର ପ୍ରସଙ୍ଗରେ ସ୍ଥିତାବସ୍ଥା ବଜାୟ ରଖିବା ପାଇଁ ଆଜି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସ୍ୱେଚ୍ଛାସେବୀ ତଥା କଟକ ବଞ୍ଚାଅ କମିଟି ଆବାହକ ବରଦା ପ୍ରସନ୍ନ ପଟ୍ଟନାୟକଙ୍କ ପକ୍ଷରୁ ଆଗତ ଏକ ଜନସ୍ୱାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏହି  ନିର୍ଦ୍ଦେଶ ଦେଇଛନ୍ତି। ସପ୍ତାହକ ମଧ୍ୟରେ ମାମଲାରେ ନିଜର ପକ୍ଷ ରଖିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନୋଟିସ୍ ଜାରି କରିଛନ୍ତି। ୧୯୬୪ ମସିହାରୁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ […]

highcourt

Rakesh Mallick
  • Published: Thursday, 31 March 2016
  • , Updated: 31 March 2016, 01:00 PM IST

କଟକ: ସ୍ୱତନ୍ତ୍ର ରିଲିଫ୍ କମିଶନର(ଏସ୍‌ଆରସି)ଙ୍କ କାର୍ଯ୍ୟାଳୟ କଟକରୁ ଭୁବନେଶ୍ୱର ସ୍ଥାନାନ୍ତର ପ୍ରସଙ୍ଗରେ ସ୍ଥିତାବସ୍ଥା ବଜାୟ ରଖିବା ପାଇଁ ଆଜି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସ୍ୱେଚ୍ଛାସେବୀ ତଥା କଟକ ବଞ୍ଚାଅ କମିଟି ଆବାହକ ବରଦା ପ୍ରସନ୍ନ ପଟ୍ଟନାୟକଙ୍କ ପକ୍ଷରୁ ଆଗତ ଏକ ଜନସ୍ୱାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏହି  ନିର୍ଦ୍ଦେଶ ଦେଇଛନ୍ତି। ସପ୍ତାହକ ମଧ୍ୟରେ ମାମଲାରେ ନିଜର ପକ୍ଷ ରଖିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନୋଟିସ୍ ଜାରି କରିଛନ୍ତି।

୧୯୬୪ ମସିହାରୁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ କଟକଠାରେ କାର୍ଯ୍ୟ କରି ଆସୁଛି। ତେବେ ଏହାକୁ ଆସନ୍ତା ଏପ୍ରିଲ ପହିଲା ସୁଦ୍ଧା ଭୁବନେଶ୍ୱରକୁ ସ୍ଥାନାନ୍ତର କରିବା ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ଏସଆରସିଙ୍କ କାର୍ଯ୍ୟାଳୟ ବ୍ୟତୀତ ଷ୍ଟେଟ୍ ପୋର୍ଟ ଇଂଜିନିୟର୍ସ କାର୍ଯ୍ୟାଳୟ ମଧ୍ୟ ସ୍ଥାନାନ୍ତର ହେବ ବୋଲି ରିପୋର୍ଟ ପ୍ରକାଶ ପାଇଥିଲା। ଉପଯୁକ୍ତ କାରଣ ନ ଥାଇ କଟକକୁ ଶ୍ରୀହୀନ କରିବା ପାଇଁ ଏହା ଏକ ଷଡ଼ଯନ୍ତ୍ର ଦର୍ଶାଇ ଆବେଦନକାରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

ଆବେଦନକାରୀଙ୍କ ଓକିଲ ଅଶୋକ ମହାପାତ୍ର କହିଛନ୍ତି,“କୋର୍ଟ ଆଜି ଏ ମାମଲାରେ ସ୍ଥିତାବସ୍ଥା ବଜାୟ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ରାଜ୍ୟ ସରକାରଙ୍କୁ ପକ୍ଷ ରଖିବାକୁ ଏକ ସପ୍ତାହ ସମୟ ଦେଇଛନ୍ତି। ରାଜ୍ୟ ସରକାର ପକ୍ଷ ରଖିବା ପରେ ମାମଲାର ଶୁଣାଣି ଚାଲିବ।”

Related story