ଏଥର ଜାଗରରେ ଗହଳି, ମେଳାକୁ ନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ବିଭିନ୍ନ ରାଜ୍ୟରେ ପୁଣି ଥରେ କରୋନା କୋପ ଆରମ୍ଭ ହୋଇଯାଇଥିବା ବେଳେ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି ରାଜ୍ୟ ସରକାର।  ଆଉ ମାତ୍ର ଦିନେ ପରେ ପାଳିତ ହେବ ଜାଗର । ଏଥିନିମନ୍ତେ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ଏଥର ଜାଗରରେ କିନ୍ତୁ ମେଳା ଓ ଗହଳିକୁ ବାରଣ କରାଯାଇଛି। ଏନେଇ କଟକଣା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର। ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ, ଏଥର  ଜାଗର ଦିନ ମନ୍ଦିର […]

Lingaraj Temple

Lingaraj Temple

Niharika Rout
  • Published: Tuesday, 09 March 2021
  • Updated: 09 March 2021, 03:14 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ବିଭିନ୍ନ ରାଜ୍ୟରେ ପୁଣି ଥରେ କରୋନା କୋପ ଆରମ୍ଭ ହୋଇଯାଇଥିବା ବେଳେ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି ରାଜ୍ୟ ସରକାର।  ଆଉ ମାତ୍ର ଦିନେ ପରେ ପାଳିତ ହେବ ଜାଗର । ଏଥିନିମନ୍ତେ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ଏଥର ଜାଗରରେ କିନ୍ତୁ ମେଳା ଓ ଗହଳିକୁ ବାରଣ କରାଯାଇଛି। ଏନେଇ କଟକଣା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର।

ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ, ଏଥର  ଜାଗର ଦିନ ମନ୍ଦିର ପରିସରରେ ଓ ବାହାରେ ଗହଳି ନ କରିବାକୁ ନିର୍ଦ୍ଦେଶ ରହିଛି  । ମେଳା ବସିବା ଉପରେ ମଧ୍ୟ କଟକଣା ଜାରି କରିଛନ୍ତି SRC । ଯେଉଁମାନେ ନିୟମ ଉଲ୍ଲଙ୍ଘନ କରିବେ, ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ SRCଙ୍କ ପକ୍ଷରୁ ନିର୍ଦ୍ଦେଶ ରହିଛି  । ଏନେଇ ସବୁ ଜିଲ୍ଲାପାଳ, ମ୍ୟୁନିସିପାଲ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି SRC  ।

ଚଳିତ ବର୍ଷ ଲିଙ୍ଗରାଜ ମନ୍ଦିରରେ କରୋନା କଟକଣା ମଧ୍ୟରେ ପାଳିତ ହେବ ମହାଶିବରାତ୍ରି । ଏଥିନିମନ୍ତେ ଆଜିଠୁ ମନ୍ଦିରର ସେବାୟତ ଓ ସେଠାରେ ନିୟୋଜିତ ହେବାକୁ ଥିବା ପୁଲିସ୍‌ କର୍ମଚାରୀଙ୍କ କୋଭିଡ ଟେଷ୍ଟ ଆରମ୍ଭ ହୋଇଛି ।

ସୂଚନାଯୋଗ୍ୟ, ପୂର୍ବରୁ ଜାଗରରେ ଏକାଠି ଦୀପ ଜାଳିବାକୁ ବାରଣ କରାଯାଇଥିଲା। ଚଳିତ ବର୍ଷ  ରାତି ୧୦ଟା ପରେ ମହାଦୀପ ଉଠିବା ପରେ ଶ୍ରଦ୍ଧାଳୁ କିଭଳି ମନ୍ଦିରରୁ ବାହାରିବେ ସେ ଦିଗ ଉପରେ ବିଶେଷ ଧ୍ୟାନ ଦିଆଯିବ।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos