ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପଜନିତ ବର୍ଷା ପାଇଁ ଜିଲ୍ଲାପାଳମାନଙ୍କୁ ଚିଠି କଲେ SRC। ପରିସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷା ହେଲେ ତଳିଆ ଅଞ୍ଚଳରେ ପାଣି ଜମି ରହିବା ସମ୍ଭାବନା ରହିବ। ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ତୟାର ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଲଘୁଚାପ ଜନିତ ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ୟେଲୋ ୱେର୍ଣ୍ଣିଂ ହୋଇଛି। ମୟୂରଭଂଜ, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ରହିଛି। ସେଥିପାଇଁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଚିଠି ହୋଇଛି।
ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନିଭୂତରେ ହେବାରେ ଲାଗିଛି। ଏହାର ପ୍ରଭାବରେ ୮ ତାରିଖ ଯାଏଁ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୭ ଜିଲ୍ଲରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି ପବନ ବେଗ ମଧ୍ୟ ବଢ଼ିବା ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ, ସ୍ୱାକ୍ଷର ହେଲା MOU
ଆଜି ଏମୟୁ ସ୍ୱାକ୍ଷରିତ ହୋଇଥିବା ବେଳେ ଖୁବଶୀଘ୍ର ଏହା ରାଜ୍ୟରେ ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ସେହପରି ରାଜ୍ୟର ପ୍ରାୟ ୩ କୋଟି ଲୋକ ଏହି ଯୋଜନାର ଫାଇଦା ପାଇବେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି।
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।
Miscellaneous
ବାଗେଶ୍ୱର ବାବାଙ୍କ ବଡ଼ ବୟାନ: ଓଡ଼ିଶାରୁ ବାଜି ପାରେ ହିନ୍ଦୁ ରାଷ୍ଟ୍ରର ବିଗୁଲ
ତାଙ୍କ କହିବା କଥା ଯେ ସମସ୍ତ ହିନ୍ଦୁ ଗୋଟିଏ କାରଣ ପାଇଁ ଏକାଠି ହେବାର ସମୟ ଆସି ଯାଇଛି। ସେହିପରି ହିନ୍ଦୁ ରାଷ୍ଟ୍ର ଗଠନର ବିଗୁଲ କେବଳ ଓଡ଼ିଶାରୁ ବାଜି ପାରେ ବୋଲି ସେ କହଛନ୍ତି।
Miscellaneous
ବ୍ୟାନ୍ ପରେ ବି ଉଡ଼ୁଛି ଚାଇନିଜ ମାଞ୍ଜା ସୁତା ଗୁଡ଼ି, ସାଜିପାରେ ଘାତକ
ସରକାର ବ୍ୟାନ୍ କରି ସାରିଥିବା ବେଳେ କଟକ ସହରରେ କିନ୍ତୁ ଖୁଲମଖୁଲା ଜମୁଛି ବେପାର। ସବୁବେଳେ ଜନଗହଳିପୂର୍ଣ୍ଣ ରହୁଥିବା କଟକ ସହରରେ ଚାଇନିଜ ମାଞ୍ଜା ସୁତା ଲଗା ଗୁଡ଼ି ଉଡ଼ୁଛି।
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।