ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ  SRCଙ୍କ ଚିଠି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ SRCଙ୍କ ଚିଠି ଲେଖିଛନ୍ତି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି। ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଥିବା ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଯେକୌଣସି ପରିସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ଚିଠିରେ କୁହାଯାଇଛି। ପ୍ରବଳ ବର୍ଷା ଯୋଗୁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି। ସେଥିପାଇଁ ସଜାଗ ରହିବାକୁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବ କେନ୍ଦ୍ରୀୟ […]

rain

Manoranjan Sial
  • Published: Sunday, 11 October 2020
  • , Updated: 11 October 2020, 05:43 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ SRCଙ୍କ ଚିଠି ଲେଖିଛନ୍ତି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି। ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଥିବା ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଯେକୌଣସି ପରିସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ଚିଠିରେ କୁହାଯାଇଛି। ପ୍ରବଳ ବର୍ଷା ଯୋଗୁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି। ସେଥିପାଇଁ ସଜାଗ ରହିବାକୁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି।

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଓଡ଼ିଶାର ୧୩ ଜିଲ୍ଲା ପାଇଁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ ପାଇଁ ୟେଲୋ ୱେର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ମନା କରିଛି ପାଣିପାଗ କେନ୍ଦ୍ର। କଟକ ଓ ଭୁବନେଶ୍ୱରରେ ଆକାଶ ମେଘୁଆ ସହ ଅସରାଏ ୨ ଅସରା ବର୍ଷା ହେବାର ସମ୍ଭାବନା ରହିଛି।

Related story