ବର୍ଷା କ୍ଷୟକ୍ଷତି ଆକଳନ କରି ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ ଚିଠି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅଦିନିଆ ବର୍ଷାରେ ରାଜ୍ୟରେ ହୋଇଥିବା ଫସଲ କ୍ଷୟକ୍ଷତି ଆକଳନ ରିପୋର୍ଟ ଆସନ୍ତା ୭ ଦିନ ଭିତରେ ଦେବା ଲାଗି ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର। ଆଜି ଏ ନେଇ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ବର୍ଷା ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖା ଯାଇଛି। ଆସନ୍ତା ୨୫ ତାରିଖ ସୁଦ୍ଧା କ୍ଷୟକ୍ଷତିର ଆକଳନ କରି ଜିଲ୍ଲାପାଳମାନେ ରିପୋର୍ଟ ପ୍ରଦାନ କରିବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି। ପ୍ରାକୃତିକ ବିପର୍ଯ୍ୟୟରେ ୩୩ ପ୍ରତିଶତ ଓ […]

crop cutting

crop cutting

Rakesh Mallick
  • Published: Saturday, 18 November 2017
  • Updated: 18 November 2017, 11:06 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅଦିନିଆ ବର୍ଷାରେ ରାଜ୍ୟରେ ହୋଇଥିବା ଫସଲ କ୍ଷୟକ୍ଷତି ଆକଳନ ରିପୋର୍ଟ ଆସନ୍ତା ୭ ଦିନ ଭିତରେ ଦେବା ଲାଗି ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର। ଆଜି ଏ ନେଇ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ବର୍ଷା ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖା ଯାଇଛି। ଆସନ୍ତା ୨୫ ତାରିଖ ସୁଦ୍ଧା କ୍ଷୟକ୍ଷତିର ଆକଳନ କରି ଜିଲ୍ଲାପାଳମାନେ ରିପୋର୍ଟ ପ୍ରଦାନ କରିବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି। ପ୍ରାକୃତିକ ବିପର୍ଯ୍ୟୟରେ ୩୩ ପ୍ରତିଶତ ଓ ତା’ଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ଗାଁ, କ୍ଷତିଗ୍ରସ୍ତ ଚାଷୀଙ୍କ ନାମ ତାଲିକା ଏସ୍‌ଆରସିଙ୍କ କାର୍ଯ୍ୟାଳୟକୁ ପଠାଇବାକୁ ଚିଠିରେ ଉଲ୍ଲେଖ ରହିଛି। ଗତ ୧୫ରୁ ୧୭ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହୋଇଥିବା ଅଦିନିଆ ବର୍ଷାରେ ୧୫ରୁ ଅଧିକ ଜିଲ୍ଲାରେ ବ୍ୟାପକ ଫସଲ ହାନି ହୋଇଛି। ତେବେ ବିଭିନ୍ନ ଅଞ୍ଚଳରେ ଫସଲ ୩୩ ପ୍ରତିଶତରୁ  ଅଧିକ  ହୋଇଥିଲେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଇନପୁଟ୍ ସବସିଡି ଯୋଗାଇ ଦିଆଯିବ ବୋଲି ସରକାର ପୂର୍ବରୁ ଘୋଷଣା କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos